ପାଣି ନିଷ୍କାସନ ପାଇଁ ୫୦୦ରୁ ଅଧିକ ଗ୍ରାମବାସୀ ଏକଜୁଟ: ଟାୟାର ଜାଳି ରାସ୍ତାରୋକୋ

ଶେରଗଡ଼,୧୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ କଳିଙ୍ଗ ବୈଶ୍ୟ ଭବନ ସମ୍ମୁଖରେ ଥିବା ୫୦୦ ଏକର ଜମିରେ ଗତ ଦଶ ଦିନ ହେବ ୭ ଫୁଟର ପାଣି ଜମି ରହିଛି। ଏହା ଫଳରେ ୫୦୦ଏକର ଜମିରେ ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଏହି ପାଣି ନିଷ୍କାସନ ନିମନ୍ତେ ଶେରଗଡ଼ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ହୋଇଆସୁଥିଲା। ସୋମବାର ସନ୍ଧ୍ୟା ସୁଦ୍ଧା ଏହି ପାଣି ନିଷ୍କାସନ ନ ହେଲେ ରାସ୍ତାରୋକୋ କରାଯିବ ବୋଲି ସେମାନେ ଚେତାବନୀ ଦେଇଥିଲେ। ଏହାକୁ ଭିତ୍ତିକରି ମଙ୍ଗଳବାର ସକାଳେ ୫୦୦ରୁ ଅଧିକ ଗ୍ରାମବାସୀ ଏକଜୁଟ ହୋଇ ଶେରଗଡ଼ ଚାରି ଛକ, ବଜାର ଛକ, ତିନିଛକ, କାଳିଆ ହୋଟେଲ ଛକରେ ଟାୟାରଜାଳି ରାସ୍ତାକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଥିଲେ। ଏଥିସହ ଶେରଗଡ଼ର ସମସ୍ତ ଦୋକାନ ବଜାର ଏବଂ ଗାଡିମୋଟର ବନ୍ଦ ରହିଥିଲା। ତୁରନ୍ତ ଶେରଗଡ଼ରେ ସ୍ଥାୟୀ ନାଳ ନିର୍ମାଣ, ନାଳକୁ ସିଧା ସମାନ ମାପରେ ନିର୍ମାଣ, ନାଳ ନିର୍ମାଣ ସମୟରେ ସାମୁହିକ ସ୍ବାର୍ଥକୁ ଦୃଷ୍ଟି ଦିଆଯାଉ ବୋଲି ସେମାନଙ୍କର ଦାବି ରହିଛି। ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା,  ବିଡିଓ ସୁରଞ୍ଜନ କୁମାର ସାହୁ, ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ପ୍ରମୁଖ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ଥାନା ଅଧିକାରୀ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri