ପାଣି ପଏଣ୍ଟରେ ଟ୍ୟାପ୍‌ ନାହିଁ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ବଅଁରପାଳ,୨।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ତଳମୂଳ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି। ପାନୀୟ ଜଳ ମୁନ୍ଦେ ପାଇଁ ଅନେକ ସ୍ଥାନରେ ଲୋକ ଡହଳ ବିକଳ ହେଉଥିବାବେଳେ ଏଠାରେ ଅନବରତ ପାଣି ପ୍ରବାହିତ ହୋଇ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଗ୍ରାମରେ ସ୍ଥାପନ କରାଯାଇଥିବା ପାଣି ପଏଣ୍ଟରେ ଟ୍ୟାପ୍‌ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଜଣାପଡ଼ିଛି।
ଅଞ୍ଚଳବାସୀଙ୍କ କହିବା କଥା, ତଳମୂଳ ଗ୍ରାମରେ ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ପାଇପ ପାଣିର ବ୍ୟବସ୍ଥା କରାଯାଇଛି। ତଳମୂଳ ଶାସନ, ଗଡ଼ ତଳମୂଳ ଏବଂ ପାଟଣା ସାହିରେ ୭୦ରୁ ଊର୍ଦ୍ଧ୍ୱ ପାଣି ପଏଣ୍ଟ ମାନ ସ୍ଥାପନ ହୋଇଛି। ସେଥିମଧ୍ୟରୁ ୨୦ରୁ ଊର୍ଦ୍ଧ୍ୱ ପଏଣ୍ଟରେ ଟ୍ୟାପ ନାହିଁ। ଫଳରେ ଉକ୍ତ ସ୍ଥାନଗୁଡ଼ିକରୁ ଅନବରତ ପାଣି ବୋହି ଚାଲୁଛି। ଡ୍ରେନ୍‌ ନ ଥିବାରୁ ଉକ୍ତ ପାଣି ପାଟଣାଠାରୁ ଗଡ଼ତଳମୂଳ ପର୍ଯ୍ୟନ୍ତ ପ୍ରାୟ ୬୦୦ ମିଟର ପର୍ଯ୍ୟନ୍ତ ରାସ୍ତାରେ ଜମି ରହୁଛି। ଏହାଦ୍ୱାରା ପରିବେଶ ଦୂଷିତ ହେବା ସହ ମଶାବଂଶ ବୃଦ୍ଧି ପାଇବାରେ ଲାଗିଛି। ରାସ୍ତାରେ ପାଣି ଜମିବା ଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ତୁରନ୍ତ ଉକ୍ତ ପାଣି ପଏଣ୍ଟ ଗୁଡ଼ିକରେ ଟ୍ୟାପ ଲଗାଇବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ବିଡିଓ ଡ. ସ୍ବରୂପାନନ୍ଦ ସାହୁ କୁହନ୍ତି, ବିଭାଗୀୟ ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଯିବ। ସମସ୍ୟାର ତୁରନ୍ତ ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri