Posted inଜାତୀୟ

ପାଣି ପମ୍ପ୍‌ ଚୋରି ସନ୍ଦେହ: ଦଳିତ ଯୁବକଙ୍କୁ ପିଟି ହତ୍ୟା

ଜୟପୁର,୨୩ା୯(ପି.ଟି.): ରାଜସ୍ଥାନର ଝଲଓ୍ବରରେ ଶନିବାର ପାଣି ପମ୍ପ୍‌ ଚୋରି ସନ୍ଦେହରେ ଜଣେ ଦଳିତ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଘାଟୋଲି ଅଞ୍ଚଳର ପୁରିଲାଲ ତନ୍‌ଓ୍ବରଙ୍କ ଚାଷଜମିରୁ ଶୁକ୍ରବାର ଏକ ପାଣି ପମ୍ପ୍‌ ଚୋରି ହୋଇଯାଇଥିଲା। ମଓ୍ବୋଖେଡ଼ା ଗ୍ରାମର ୪୦ ବର୍ଷୀୟ ଦଳିତ ଧୂଲିଚାନ୍ଦ ମୀନା ସେହି ବାଟ ଦେଇ ଯାଉଥିବାବେଳେ ସେ ପମ୍ପ୍‌ ଚେରି କରିଥିବା ଲୋକେ ସନ୍ଦେହ କରିଥିଲେ। ପୁରିଲାଲ ତନ୍‌ଓ୍ବର(୬୦), ତାଙ୍କ ଦୁଇପୁଅ ଦେବୀ ସିଂ(୨୩) ଓ ମୋହନ(୨୦) ଙ୍କ ସମେତ କେତେଜଣ ଲୋକ ଧୂଲିଚାନ୍ଦଙ୍କୁ ମାଡ଼ ମାରିଥିଲେ। ହସ୍ପିଟାଲକୁ ନିଆଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri