ପାଣି ପାଇଁ ଦେଢ଼ କିମି

ପରଜଙ୍ଗ, ୨୬।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମରେ ଖରାଦିନ ପୂର୍ବରୁ ଦେଖାଦେଇଛି ପାନୀୟଜଳ ସଙ୍କଟ। ଏଠାରେ ଥିବା ଏକମାତ୍ର ନଳକୂପ ଅଚଳ ହୋଇପଡ଼ିଥିବାବେଳେ ଗ୍ରାମବାସୀ ପାଣି ପାଇଁ ଦେଢ଼ କିମି ଯାଉଛନ୍ତି। ସମସ୍ୟାର ତୁରନ୍ତ ସମାଧାନ ନ ହେଲେ ଆନ୍ଦୋଳନ ଏକମାତ୍ର ବିକଳ୍ପ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
କୁଲେଇ ରଗଡ଼ି ସାହିରେ ୨୦୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ପାନୀୟଜଳ ଯୋଗାଣ ପାଇଁ ଥିବା ଏକମାତ୍ର ନଳକୂପ ୨ମାସ ହେଲା ଅଚଳ ହୋଇପଡ଼ିଛି। ଅନ୍ୟ ସୁବିଧା ନ ଥିବାରୁ ଲୋକମାନେ ବାଧ୍ୟ ହୋଇ ଦେଢ଼ କିମି ବାଟ ଚାଲି ଚାଲି ଯାଇ ପାଣି ଆଣୁଛନ୍ତି। ଏ ନେଇ ପଞ୍ଚାୟତ ଏବଂ ବ୍ଲକ ପ୍ରଶାସନକୁ ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସମସ୍ୟାର ତୁରନ୍ତ ସମାଧାନ ନ କରାଗଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଗ୍ରାମବାସୀ ଆହୁରି ମଧ୍ୟ କହିଛନ୍ତି, ଖରାଦିନ ପୂର୍ବରୁ ଏପରି ସମସ୍ୟା ଆରମ୍ଭ ହେଲାଣି। ଆଗକୁ ଏହା ଆହୁରି ଉତ୍କଟ ରୂପ ଧାରଣ କରିବ। ବେଳ ଥାଉ ଥାଉ ପ୍ରଶାସନ ଏହାର ସମାଧାନ ନ କଲେ ସମସ୍ୟା ଅଣାୟତ୍ତ ହୋଇପଡ଼ିବ। କେବଳ ଜନସାଧାରଣ ନୁହନ୍ତି, ଏଥିରେ ଗୃହପାଳିତ ପ୍ରାଣୀ ମଧ୍ୟ ପ୍ରଭାବିତ ହେବେ। ତେଣୁ ଶତାଧିକ ଲୋକଙ୍କ ଏକ ମାତ୍ର ସାହାଭରସା ପାଲଟିଥିବା ଉକ୍ତ ନଳକୂପକୁ ତୁରନ୍ତ ମରାମତି କରିବାକୁ ସେମାନେ ଦାବି କରିଛନ୍ତି।
ଏ ନେଇ ସରପଞ୍ଚ ସୀମାନ୍ତ କୁମାର ଜେନା କୁହନ୍ତି, ସାହିରେ ଥିବା ଏକ ମାତ୍ର ନଳକୂପ ଖରାପ ହୋଇଯାଇଛି। ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏ ନେଇ ବିଭାଗୀୟ ଯନ୍ତ୍ରୀ ବିରଜା ଶଙ୍କର ଦାସଙ୍କୁ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିନା ବିଦ୍ୟୁତ୍‌ରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଅସହ୍ୟ ଗରମରେ ରୋଗୀ ହନ୍ତସନ୍ତ

ଅମରପାଲି,୧୧ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ଗ୍ରାମରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଦୀର୍ଘଦିନ ଧରି କାର୍ଯ୍ୟକ୍ଷମ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ବିଦ୍ୟୁତ୍‌…

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri