ପାଣି ଭିତରୁ ମିଳିଲା ୭୦ ହଜାର ଟଙ୍କାର ଶାଳକାଠ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ଦେଓଗାଁ ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ସେକ୍ସନ ବାଇଲୋ ଗ୍ରାମରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବନବିଭାଗର ମିଳିତ ଚଢ଼ାଉରେ ମୂଲ୍ୟବାନ ଶାଳକାଠ ଜବତ ହୋଇଛି । ଜବତ କାଠର ଆନୁମାନିକ ମୂଲ୍ୟ ୭୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି। ଖବର ଅନୁଯାୟୀ, ଉକ୍ତ କାଠଗୁଡିକ ନିକଟସ୍ଥ ଜଙ୍ଗଲରୁ କାଟି ମାଫିଆମାନେ ଚୋରା ଚାଲାଣ କରିବା ପାଇଁ ଉଦ୍ୟମ ଚଳାଇଥିଲେ। ହେଲେ ବନବିଭାଗର ପାଟ୍ରୋଲିଂ ଚାଲିଥିବା ଦେଖି ଭୟଭୀତ ହୋଇ ପାଖରେ ଥିବା ଏକ ଜଳାଶୟ ଭିତରେ ଲୁଚାଇ ପଳାଇଥିଲେ । ଖବର ପାଇ ଶନିବାର ଚଢ଼ାଉ କରାଯାଇ ନାଳ ଭିତରେ ଓ ନିକଟରେ ଲୁଚାଯାଇଥିବା କାଠକୁ ଜବତ କରାଯାଇଛି। ଜବତ କାଠଗୁଡିକୁ ହରିଚନ୍ଦନପୁର ବନବିଭାଗ କାର୍ଯ୍ୟାଳୟରେ ରଖାଯାଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ରେବଣା ସଂରକ୍ଷିତ ଜଙ୍ଗଲରୁ ନିୟମିତ କାଠ ମାଫିଆମାନେ ମୂଲ୍ୟବାନ ଗଛ କାଟି ଚୋରା ଚାଲାଣ କରୁଥିଲେ ହେଁ ରୋକାଯାଇ ପାରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ସ୍ଥାନୀୟ କେତେକ ଲୋକଙ୍କ ଜରିଆରେ ଏହି ସବୁ କାଠ କାଟି ମାଫିଆମାନେ ବାହାରକୁ ଚୋରା ଚାଲାଣ କରୁଥିବା ଅଭିଯୋଗ ହେଉଛି। ଏନେଇ ଆଖପାଖ ଗ୍ରାମରେ ଚଢ଼ାଉ କଲେ ବହୁ ପରିମାଣରେ କାଠ ଜବତ ହୋଇ ପାରିବ ଏବଂ ମାଫିଆମାନେ ଧରାପଡ଼ିବେ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri