ପାଣି ଭିତରେ ପ୍ରେମିକାଙ୍କୁ ପ୍ରପୋଜ୍‌ କରୁଥିବା ବେଳେ ବୁଡ଼ିଗଲେ ପ୍ରେମିକ

ପ୍ରେମିକମାନେ ପ୍ରେମିକାଙ୍କ ସମ୍ମୁଖରେ ନିଜ ଭଲପାଇବାକୁ ପ୍ରକାଶ କରିବା ସହ ନିଜର ଜୀବନସାଥୀ କରିବାକୁ ଭିନ୍ନ ଭିନ୍ନ ଉପାୟ ଆପଣାଇଥାନ୍ତି। ଆଉ ନିଜ ଆଡକୁ ଆକର୍ଷିତ କରିବା ପାଇଁ ନିଆରା ସ୍ଥାନ ଓ ଢ଼ଙ୍ଗରେ ପ୍ରପୋଜ୍‌ ମଧ୍ୟ କରିଥାନ୍ତି। ହେଲେ ବେଳେ ବେଳେ ତାଙ୍କର ଏହି ଉଦ୍ୟମ ଜୀବନ ପ୍ରତି ବିପଦ ସୃଷ୍ଟି କରିଥାଏ। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆମେରିକାର ଲୁଇଜିଆନାରେ। ଜଣେ ପ୍ରେମିକ ନିଜ ପ୍ରେମିକାଙ୍କୁ ପାଣି ଭିତରେ ପ୍ରପୋଜ୍‌ କରିବାକୁ ଯାଇ ପାଣିରେ ବୁଡ଼ିବାରୁ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଲୁଇଜିଆନାର ପ୍ରେମିକା କେନେଶା ଏଣ୍ଟୋଇନ ଓ ପ୍ରେମିକ ଷ୍ଟିଭେନ ଓ୍ବେବେର ଦୁହେଁ ଦୁହିଁଙ୍କୁ ପ୍ରେମ କରୁଥିବା ବେଳେ ତଞ୍ଜାନିଆକୁ ଛୁଟି କାଟିବାକୁ ଯାଇଥିଲେ। ସେଠାରେ ଷ୍ଟିଭେନ କେନେଶାଙ୍କୁ ଭିନ୍ନ ଢ଼ଙ୍ଗରେ ବିବାହ ପାଇଁ ପ୍ରସ୍ତାବ ଦେବାକୁ ଚିନ୍ତା କରିଥିଲେ। ଏଥିପାଇଁ ଷ୍ଟିଭେନ ସ୍କୁବା ଡାଇଭିଂ କରି ପାଣି ଭିତରକୁ ପଶି ଏକ ପଲିଥିନରେ ହାତଲେଖା ଚିଠି ନେଇଥିଲେ। ସେଠାରେ ସେ କେନେଶାଙ୍କୁ ‘ଓ୍ବିଲ ୟୁ ମ୍ୟାରୀ ମି’ ଲେଖିବା ସହ ତାଙ୍କ ପାଇଁ ଏକ ମୁଦି ମଧ୍ୟ ଆଣିଥିଲେ। ଏହାପରେ ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ସମୟର ଫଟୋ ଓ ଭିଡିଓକୁ କେନେଶା ଫେସବୁକ୍‌ରେ ଶେୟାର କରିବା ସହ ଭାବପ୍ରବଣତାର ଏକ ବାର୍ତ୍ତା ଲେଖିଛନ୍ତି। ସେ ଲେଖିଛନ୍ତି, ପ୍ରିୟ ଷ୍ଟିଭେନ ବିବାହର ପ୍ରସ୍ତାବ ଦେଇ ଉତ୍ତର ନ ଶୁଣି ଚାଲିଗଲ। ମୁଁ କେବଳ ତୁମକୁ ବାହା ହେବାକୁ ଚାହେଁ କେବଳ ତୁମକୁ। ଏଥିପାଇଁ ମୁଁ ଆଉ ଗୋଟିଏ ଜନ୍ମକୁ ଅପେକ୍ଷା କରିବି ବୋଲି କେନେଶା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri