ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍‌ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ ସରପଞ୍ଚ ସୁମନ୍ତ କୁମାର ଏତଲା ଦେଇଛନ୍ତି। ତାଙ୍କ ଏତଲା ପ୍ରକାରେ ଜି ଉଦୟଗିରି ପୋଲିସ କେସ ନଂ ୩୯/୨୦ରୁଜୁ କରିଥିବା ଆଇଆଇସି ଧୀରଜ କୁମାର ଲେଙ୍କା କହିଛନ୍ତି । ବିଶୃଙ୍ଖଳା କରୁଥିବା ତିନି ଜଣ ଯୁବକକୁ କାଲିଙ୍ଗା ଟିଏମ୍‌ସି କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି ବୋଲି ଜି ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକ କହିଛନ୍ତି ।

ବିଦ୍ୟୁତ୍‌ ସରବରାହ ନ ଥିବା ଯୋଗୁ ପାଣି ଯୋଗାଣର ସାମାନ୍ୟ ବିଳମ୍ବକୁ ନେଇ ଏପରି ଭଙ୍ଗାରୁଜା କରିଥିବା ଶୁଣିବାକୁ ମିଳୁଛି । ହେଲେ ବିଦ୍ୟୁତ୍‌ ବିଭ୍ରାଟ ପରେ ପାଣି ଟ୍ୟାଙ୍କର ଆସିଥିଲା। ସଙ୍ଗେ ସଙ୍ଗେ ପାଣି ଯୋଗାଇ ଯାଇଥିଲା ବୋଲି କର୍ତ୍ତୃପକ୍ଷ କହିଛନ୍ତି। ପାଣି ଯୋଗାଣର ସାମାନ୍ୟ ବିଳମ୍ବ ଯୋଗୁ ଏପରି ଭଙ୍ଗାରୁଜା କରି କାର୍ଯ୍ୟରତ କର୍ମଚାରୀଙ୍କୁ ଗାଳି କରି କୋଭିଡ ଆଇନ ଉଲଂଘନ କରିଥିବା ଲୋକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri