ପାଣି ସମସ୍ୟା ନେଇ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା

କନିଷି,୯ ।୬(ଡି.ଏନ.ଏ.)-ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁରେ ରବିବାର ଗ୍ରାମବାସୀ ପାଣି ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ। ଏଥିପାଇଁ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଶତାଧିକ ମହିଳା, ପୁରୁଷ ହାଣ୍ଡି, ମାଠିଆ ଧରି ବସିଥିଲେ। ଏହି ସମୟରେ ପଞ୍ଚାୟତର ଅନ୍ୟ ଜଣେ ଜନପ୍ରତିନିଧି ଉକ୍ତ ରାସ୍ତା ଦେଇ ଯାଉଥିବା ବେଳେ ଶତାଧିକ ମହିଳା ତାଙ୍କୁ ଅଟକାଇଥିଲେ। ପରେ ସମ୍ପୃକ୍ତ ଜନ ପ୍ରତିନିଧି ଜଣକ ତାଙ୍କ ବାପା ଓ ଭାଇଙ୍କ ସହ ମିଶି ଜଣେ ଆନ୍ଦୋଳନରେ ସାମିଲ ହୋଇଥିବା ଝିଲି ଦଳବେହେରାଙ୍କ ଘରକୁ ଯାଇ ଗାଲିଗୁଲଜ କରିବା ସହ ତାଙ୍କୁ ମାଡ଼ ମାରିଥିବା ଗୋଲନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏପରିକି ପୁଅକୁ ମଧ୍ୟ ମାଡ ମରାଯାଇଥିବା ଝିଲି ଅଭିଯୋଗ କରିଛନ୍ତି। ତେବେ ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କହିଛି।
ପ୍ରକାଶ ଯେ, ୩ ମାସ ହେଲା ପାନୀୟ ଜଳ ଯୋଗାଇବା ପାଇଁ ସ୍ଥାନୀୟ ସରପଞ୍ଚ ପ୍ରତି ଘର ପିଛା ୧ ହଜାର ଟଙ୍କା ଆଦାୟ କରିଥିଲେ। ହେଲେ ବର୍ତ୍ତମାନ ସୁଦ୍ଧା ଗ୍ରାମରେ ଜଳ ବ୍ୟବସ୍ଥା ହୋଇନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେଣୁ ଶତାଧିକ ମହିଳା, ପୁରୁଷ ଏକାଠି ହୋଇ ଶୀଘ୍ର ପାନୀୟ ଜଳ ଯୋଗାଅ ନ ହେଲେ ଆମ ଟଙ୍କା ଫେରାଅ ଅଭିଯୋଗ କରି ଧାରଣାରେ ବସିଥିଲେ।
ଖରାଦିନ ଯୋଗୁ ଗ୍ରାମର ପୋଖରୀ, ନଳକୂପ ଶୁଖିଗଲାଣି। ପ୍ରାୟ ୩ କିଲୋମିଟର ଦୂରରୁ ଲୋକଙ୍କୁ ପାଣି ଆଣିବାକୁ ପଡୁଛି। ସରପଞ୍ଚ ଯାହା ଟଙ୍କା ଆଦାୟ କରିଛନ୍ତି ସେଥିରୁ କେତେ ନିଜ ଲୋକଙ୍କୁ ବାଣ୍ଟି ଦେଇଥିବା ବେଳେ ବଳକା ଟଙ୍କା ହେରଫେର ହୋଇଥିବା ଜଣାପଡ଼ିଛି। ସରପଞ୍ଚ ଗୀତାଞ୍ଜଳି ପାତ୍ରଙ୍କ ସ୍ବାମୀ ଧାରଣାସ୍ଥଳକୁ ଆସି ଏକ ସପ୍ତାହ ସମୟ ମାଗିଛନ୍ତି। ଆମେ ଯାହା ଟଙ୍କା ଆଦାୟ କରିଥିଲୁ ବର୍ତ୍ତମାନ ଅଳ୍ପ ଟଙ୍କା ପାଖରେ ଅଛି। ବଳକା ଅନ୍ୟମାନଙ୍କ ପାଖରେ ରହିଛି। ତୁରନ୍ତ ସେମାନଙ୍କ ନିକଟରୁ ଟଙ୍କା ଆଣି ମଟର ଓ ପାଇପ୍‌ ଲାଇନ ମରାମତି କରି ପ୍ରତି ସାହିକୁ ପାଣି ଯୋଗାଣ ହେବ ବୋଲି କହିଥିଲେ। ପ୍ରତିଶ୍ରୁତି ପାଇବା ପରେ ମହିଳା, ପୁରୁଷମାନେ ଧାରଣାରୁ ଓହରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri