ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୩।୫(ବ୍ୟୁରୋ)-
ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି ରହିବ। ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ଏହିସବୁ ଜିଲାରେ ହିଟ୍‌ ଓ୍ବେଭ୍‌ ପ୍ରବାହିତ ହେବ ବୋଲି ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଅପରପକ୍ଷରେ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ଅନେକ ଜିଲାକୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ୨୬ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗୁରୁବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବ। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ଗଞ୍ଜାମ ଜିଲାରେ କାଳବୈଶାଖୀ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ ୨୪ତାରିଖଠାରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ସ୍ଥିତି ସାଂଘାତିକ ହେବ। ଉତ୍ତପ୍ତ ସହର ପାଲଟିଥିବା ଟିଟିଲାଗଡ଼ ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୬ଡିଗ୍ରୀ ଉପରେ ରହିବ। ୨୫ତାରିଖରୁ ପାରଦ ୪୭ରୁ ୪୮ଡିଗ୍ରୀ ବଢ଼ିବ ବୋଲି ଅନୁମାନ କରାଯାଇଛି। ପୂରା ପଶ୍ଚିମ ଓଡ଼ିଶାରେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି। ତାତି ସାଙ୍ଗକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଲୋକେ ହନ୍ତସନ୍ତ ହେଉଛନ୍ତି। ବୁଧବାର ୧୩ ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ତାଳଚେର ୪୪.୩ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ବଲାଙ୍ଗୀର ୪୪, ସମ୍ବଲପୁର ୪୩.୯, ଝାରସୁଗୁଡ଼ା ଓ ଟିଟିଲାଗଡ଼ ୪୩.୬, ସୋନପୁର ୪୩.୨, ହୀରାକୁଦ ୪୨.୩, ଅନୁଗୋଳ ୪୧.୯, ଭବାନୀପାଟଣା ୪୧.୫, ଫୁଲବାଣୀ ୪୧.୨, ଚାନ୍ଦବାଲି ୪୧.୧, ସୁନ୍ଦରଗଡ଼ ଓ ମାଲକାନଗିରି ୪୧ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୭.୭ ଓ କଟକ ୩୭.୬ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri