ପାଣିରେ ବୁଡ଼ି ଆଶ୍ରମ ବିଦ୍ୟାଳୟ ଛାତ୍ର ମୃତ : କର୍ମଚାରୀଙ୍କ ଅବହେଳା ଅଭିଯୋଗ, ଉତ୍ତେଜନା

କୋରୁକୋଣ୍ଡା,୧୫।୭(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ଗଙ୍ଗଲା ଆବାସିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅମିତ କାଲେକୁରା ଶୌଚ ପାଇଁ ବିଦ୍ୟାଳୟ ବାହାରକୁ ଯାଇଥିବାବେଳେ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ତେବେ ହଷ୍ଟେଲରେ ରହୁଥିବା ଛାତ୍ର କିଭଳି ବାହାରକୁ ଗଲେ ସେନେଇ ପ୍ରଶ୍ନ ଉଠିଥିବାବେଳେ ସେବାଶ୍ରମ କର୍ମଚାରୀଙ୍କ ଅବହେଳା ଯୋଗୁ ଏହି ଅଘଟଣ ଘଟିଥିବା ଅଭିଯୋଗ ହେଉଛି। ମୃତ ଛାତ୍ରଙ୍କୁ ପାଣ୍ଡ୍ରିପାଣି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ଘଟଣାସ୍ଥଳରେ ମାଲକାନଗିରି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ପହଞ୍ଚି ପିଲାଙ୍କୁ ହଷ୍ଟେଲରୁ ନେଇଯିବା ପାଇଁ ବାହାରିଥିବାବେଳେ ବିଦ୍ୟାଳୟରେ ଉପଜିଲାପାଳ, ପିଏଆଇଟିଡିଏ ପହଞ୍ଚି ପିଲାଙ୍କୁ ବୁଝାଶୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ପ୍ରାର୍ଥୀଙ୍କ ଟାର୍ଗେଟ୍‌ରେ ତେଲୁଗୁ ଭୋଟର

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ...

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ଗାଁ ସମସ୍ୟା ନ ସୁଧୁରିଲେ ଭୋଟ ଦେବୁନି

ରାୟଗଡ଼ା,୧।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାବୁଗୁଡ଼ା ଗ୍ରାମରେ ଆଜି ବି ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଗାଁରେ...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri