Posted inଖେଳ

ପାଣ୍ଡେ, ପାଣ୍ଡ୍ୟା ଭାରତ-ଏ’କୁ ସିରିଜ ଜିତାଇଲେ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୭।୭ (ପି.ଟି.): ଅଧିନାୟକ ମନୀଷ ପାଣ୍ଡେଙ୍କ ଦମ୍‌ଦାର ଶତକ ସାଙ୍ଗକୁ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ ଅନୁଷ୍ଠିତ ୩ୟ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌ରେ ଭାରତ-ଏ ୧୪୮ ରନରେ ଘରୋଇ ଓ୍ବେଷ୍ଟଇଣ୍ଡିଜ-ଏ’କୁ ପରାସ୍ତ କରିଛି। ଏହି ବିଜୟ ସହ ଭ୍ରମଣକାରୀ ଭାରତ-ଏ ୫ ମ୍ୟାଚ୍‌ବିଶିଷ୍ଟ ସିରିଜକୁ ଆଗୁଆ ୩-୦ରେ କବ୍‌ଜା କରିନେଇଛି। ପୂର୍ବରୁ ଖେଳାଯାଇଥିବା ପ୍ରଥମ ଓ ୨ୟ ମ୍ୟାଚ୍‌କୁ ଭାରତ ୬୫ ରନର ସମାନ ବ୍ୟବଧାନରେ ଜିତିନେଇଥିଲା। ସିରିଜର ୪ର୍ଥ ମ୍ୟାଚ୍‌ ଶୁକ୍ରବାର ଖେଳାଯିବ।
ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଟସ୍‌ ଜିତି ବ୍ୟାଟିଂ କରିଥିବା ଭାରତ-ଏ ଅଧିନାୟକ ପାଣ୍ଡେ (୧୦୦ ରନ, ୮୭ ବଲ, ୬ ଚୌକା, ୫ ଛକା)ଙ୍କ ଶତକ ସାଙ୍ଗକୁ ଯୁବ ଓପନର୍‌ ଶୁବମନ ଗିଲ (୭୭) ଓ ଶ୍ରେୟାସ ଆୟାର (୪୭)ଙ୍କ ଉଲ୍ଲେଖନୀୟ ଇନିଂସ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ୍‌ ହରାଇ ୨୯୫ ରନ ସଂଗ୍ରହ କରିଥିଲା। ଉଭୟ ଗିଲ୍‌ ଓ ଆୟାର ୨ୟ ଉଇକେଟ୍‌ ଯୋଡ଼ିରେ ମହତ୍ତ୍ୱପୂର୍ଣ୍ଣ ୧୦୯ ରନର ଭାଗୀଦାରି କରିଥିଲେ। ଗିଲ୍‌ ଆଉଟ୍‌ ହେବାପରେ ପାଣ୍ଡେ ଇନିଂସକୁ ଆଗେଇ ନେଇଥିଲେ। ଚତୁର୍ଥ ଉଇକେଟ୍‌ରେ ପାଣ୍ଡେ ଓ ହନୁମା ବିହାରୀ (୨୯ ରନ) ୧୧୦ ରନ ସଂଗ୍ରହ କରିଥିଲେ। ଜବାବରେ ୨୯୬ ରନର ଚ୍ୟାଲେଞ୍ଜିଂପୂର୍ଣ୍ଣ ଟାର୍ଗେଟ୍‌କୁ ପିଛା କରି ଓ୍ବେଷ୍ଟଇଣ୍ଡିଜ-ଏ ବାମହାତୀ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କୁ ସାମ୍ନା କରି ନ ପାରି ୩୪.୨ ଓଭରରେ ୧୪୭ ରନରେ ସୀମିତ ରହିଥିଲା। ୧୦ ନମ୍ବର ସ୍ଥାନରେ ବ୍ୟାଟିଂ କରିବାକୁ ଆସିଥିବା କେମୋ ପଲ୍‌ ସର୍ବାଧିକ ୩୪ ଓ ଓପନର୍‌ ସୁନୀଲ ଆମ୍ବ୍ରିସ ୩୦ ରନ କରିଥିଲେ। ପାଣ୍ଡ୍ୟା ୭ ଓଭରରେ ୨୫ ରନ ବ୍ୟୟରେ ସର୍ବାଧିକ ୫ ଉଇକେଟ୍‌ ଅକ୍ତିଆର କରିଥିଲେ। ଶତକୀୟ ଇନିଂସ ଲାଗି ମନୀଷଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri