ପାତାଳି ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା

ଉଲୁଣ୍ଡା, ୧୨ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ଶୁକ୍ରବାର ସମ୍ପନ୍ନ ହୋଇଛି। ସକାଳ ୫ଟାରେ ଦ୍ୱାର ଫିଟା, ୫.୩୦ରେ ସୂର୍ଯ୍ୟପୂଜା, ୬ଟାରେ ମଙ୍ଗଳ ଆଳତି, ୭ଟାରେ ଚତୁର୍ଦ୍ଧାବିଗ୍ରହଙ୍କୁ ଖେଚୁଡି ଭୋଗ ଲାଗି କରାଯାଇଥିଲା। ସେହିପରି ୮.୩୦ରୁ ୯.୩୦ଟା ପର୍ଯ୍ୟନ୍ତ ସେବାୟତମାନେ ଠାକୁରଙ୍କୁ ବେଶ କରିଥିଲେ। ପୂର୍ବାହ୍ନ ୯ା୩୦ରୁ ୧୦ା୩୦ ପର୍ଯ୍ୟନ୍ତ ଆଡପ ଆଳତି ଦିଆଯାଇଥିଲା। ପୂର୍ବାହ୍ନ ୧୧ରେ ବାହୁଡା ପହଣ୍ଡି କରାଯାଇଥିଲା। ଗୋପାଳ ପଣ୍ଡା ଏବଂ ନରସିଂହ ପଧାନ ପହଣ୍ଡ ଛେରାପହରା କରିଥିବାବେଳେ ଗୌନ୍ତିଆ ଚମରା ଅମାତ ତିନି ରଥରେ ଛେରାପହଁରା କଲାପରେ ରଥଟଣା ଆରମ୍ଭ ହୋଇଥିଲା। ବିଭିନ୍ନ ଗ୍ରାମରୁ ଆସିଥିବା ସେବାୟତମାନେ ପହଣ୍ଡି କରିଥିବାବେଳେ କୁକିଆ ଗାଁର ମହିଳା ସଂକୀର୍ତ୍ତନ ଏବଂ ଖୁଣ୍ଟୁଲାପାଲିର ସଂକୀର୍ତ୍ତନ ଦଳ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପାତାଳି ଶ୍ରୀକ୍ଷେତ୍ର କଳା ପରିଷଦ ତରଫରୁ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା। ପଙ୍କଜ ସାହୁ ଏବଂ ସୁଧାଂଶୁ ଶେଖର ସେଠୀ ଧାରା ବିବରଣୀ ପ୍ରଦାନ କରିଥିଲେ। ଟ୍ରଷ୍ଟର ସମସ୍ତ କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ପୂର୍ଣ୍ଣଚନ୍ଦ୍ର ପାଢୀ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri