ପାଦ ବିକୃତି ଚିକିତ୍ସା ପରେ ଘରକୁ ଫେରିଲେ ଶିଶୁ

ଫୁଲବାଣୀ ଅଫିସ,୨୬ା୧୨-ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହୋଇଥିବା ପାଦ ବିକୃତି ପିଲା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏମାନେ ଅନ୍ୟ ପିଲାଙ୍କ ଭଳି ସୁସ୍ଥ ଜୀବନଯାପନ କରି ପାରିବେ । ଗତ ୫ ତାରିଖରୁ ଏହି ଅସ୍ତ୍ରୋପଚାର ଶିବିର ହୋଇଥିଲା। ସେ ସମୟରେ ଜିଲାକୁ ଗସ୍ତରେ ଆସିଥିତ୍ବା ମନ୍ତ୍ରୀ, ସଚିବମାନେ ମଧ୍ୟ ମେଡିକାଲ ଯାଇ ଏହି ପିଲାମାନଙ୍କୁ ଦେଖିବା ସହ ସେମାନଙ୍କ ଆରୋଗ୍ୟ କାମନା କରିଥିଲେ ।
କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାର ୩୩ ଜଣ ଜନ୍ମଗତ ପାଦ ବିକୃତ ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇଥିଲା । ଶିବିର ଉଦ୍‌ଯାପନ ଦିବସରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. ରାଜ୍ୟଶ୍ରୀ ପଟ୍ଟନାୟକ ଉପସ୍ଥିତ ରହି ଶିଶୁମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। କଟକ ଜିଲା ଓଲଟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଗବେଷଣା ସଂସ୍ଥାନର ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ଦ୍ୱାରା ଶିଶୁମାନଙ୍କର ବ୍ୟାଣ୍ଡେଜ୍‌ ଖୋଲାଯାଇଥିଲା । ଏହାପରେ ପୁନଃବ୍ୟାଣ୍ଡେଜ୍‌ କରାଯାଇ ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ପଦାଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସେମାନଙ୍କ ଘରକୁ ପଠା ଯାଇଥିଲା । ଜିଲା ଭିନ୍ନକ୍ଷମ ଥଇଥାନ କେନ୍ଦ୍ର ଏବଂ ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ତରଫରୁ ହାଇଜେନିକ୍‌ କିଟ୍‌, ଗରମ ପୋଷାକ, ଜୋତା ଆଦି ଶିଶୁମାନଙ୍କୁ ପ୍ରଦାନ କରାଯାଇଥିଲା । ୬ ସପ୍ତାହ ପରେ ସେମାନଙ୍କୁ ପୁଣିଥରେ ଜିଲା ଭିନ୍ନକ୍ଷମ ଥଇଥାନ କେନ୍ଦ୍ରକୁ ଅଣାଯାଇ ବ୍ୟାଣ୍ଡେଜ୍‌ ଖୋଲାଯିବା ପରେ ଭୌତିକ ଚିକିତ୍ସା ପ୍ରଦାନ କରାଯିବ। ଏହାପରେ ସ୍ବତନ୍ତ୍ର ପଦ୍ଧତିରେ ନିର୍ମିିତ ହେବାକୁ ଥିବା ଜୋତା ମାପ ନିଆଯାଇ ତାହା ବିନାମୂଲ୍ୟରେ ଯୋଗାଇ ଦିଆଯିବ ବୋଲି ଜିଲା ଭିନ୍ନକ୍ଷମ ପୁନର୍ବାସ ଅଧିକାରୀ ଅକ୍ଷୟ କୁମାର ପଣ୍ଡା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri