ପାଦରେ ବେଡ଼ି ପକାଇଲା କରୋନା: କାର୍ଯ୍ୟାଳୟରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଚଳିତ ବର୍ଷର ରଥଯାତ୍ରା ଐତିହାସିକ। କାରଣ ପ୍ରଥମ ଥର ପାଇଁ ବିନାଭକ୍ତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ଧରି ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଛନ୍ତି। ସବୁବର୍ଷ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଉପସ୍ଥିତ ରହି ମହାପ୍ରଭୁଙ୍କୁ ଦର୍ଶନ କରିଥାନ୍ତି। ହେଲେ ଏ ବର୍ଷ କରୋନା କଟକଣା ଯୋଗୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ରହି ମହାପ୍ରଭୁଙ୍କୁ ପ୍ରଣାମ କରିଛନ୍ତି। ଏହାର ଏକ ଭିଡିଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରାଯାଇଛି। ଭିଡିଓରେ ମୁଖ୍ୟମନ୍ତ୍ରୀ ଟେଲିଭିଜନ୍‌ ପରଦାରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗଡ଼ିବା ଦେଖି ନମସ୍କାର କରୁଥିବା ଦେଖାଯାଇଛି। ତାଙ୍କ ଆଦେଶ ବିନା ପତ୍ରଟିଏ ବି ହଲିପାରିବ ନାହିଁ ବୋଲି କୁହାଯାଇଛି।

ସେହିଭଳି ଅନ୍ୟ ଏକ ବାର୍ତ୍ତା ମୁଖ୍ୟମନ୍ତ୍ରୀଙ୍କ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ରଥରେ ମହାପ୍ରଭୁଙ୍କୁ ଦେଖି ମନ ବିଭୋର ହୋଇଯାଉଛି। ରଥାରୁଢ଼ ମହାପ୍ରଭୁଙ୍କ ଅପୂର୍ବ ଶୋଭା ହୃଦୟକୁ ଭକ୍ତି ଭାବରେ ରସାଣିତ କରି ଦେଉଛି। ମହାପ୍ରଭୁ ଆମ ସମସ୍ତଙ୍କର ଗୁହାରୀ ଶୁଣିବେ। ଏ କଠିନ ସମୟ ଶୀଘ୍ର ଦୂର ହେବ ଏବଂ ସମସ୍ତଙ୍କର କଲ୍ୟାଣ ହେବ। ସବୁ ତାଙ୍କରି ଇଚ୍ଛା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri