ଖଲ୍ଲିକୋଟ,୧୮ା୧୦(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଡ଼ିମିରିଆ ପଞ୍ଚାୟତ ପାନନୂଆଗଁାରେ ବୁଧବାର ରାତିରେ କୋଠିଶାଳ ଯାତ୍ରା କୁମ୍ଭବୁଡ଼ା ସମୟରେ ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନୁଯାୟୀ, ପାନନୂଆଗଁାରେ କୋଠିଶାଳ ଠାକୁରାଣୀ ଯାତ୍ରା ବୁଧବାର ଉଦ୍ଯାପିତ ହୋଇଥିଲା। ରାତ୍ରରେ କୁମ୍ଭ ବିସର୍ଜନ କରି ପୋଖରୀରୁ ଫେରିବା ସମୟରେ ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ଏଥିରେ ଗ୍ରାମର ଏସ. ଦୀନବନ୍ଧୁ ପାତ୍ର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ଖଲ୍ଲିକୋଟ ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଅପରପକ୍ଷରେ ଚନ୍ଦ୍ରୁ ପାତ୍ରଙ୍କ ଭାଇବୋହୂ ଏମ୍. ରାମାଲୁ ପାତ୍ରଙ୍କ ହାତ ଭାଙ୍ଗିବା ସହ ଆହତ ହୋଇ ବ୍ରହ୍ମପୁରରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ କେତେଜଣ ସାମାନ୍ୟ ଆହତ ହୋଇଛନ୍ତି। ଖଲ୍ଲିକୋଟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ୫ ଜଣଙ୍କୁ ଆଣି ଥାନାରେ ଅଟକ ରଖିଛନ୍ତି। ଉଭୟ ପକ୍ଷରୁ ଥାନାରେ ଏତଲା ହୋଇଛି। ନଂ.୨୮୮/୧୯ରେ ମକଦ୍ଦମା ରୁଜୁ ହୋଇଛି। ଏହି ସଂଘର୍ଷରେ ୪ଟି ବାଇକ, ଟ୍ରାକ୍ଟର ମଧ୍ୟ ଭଙ୍ଗାରୁଜା ହୋଇଛି। ପୂର୍ବରୁ ଏପରି ସଂଘର୍ଷରେ ୮ ଜଣ ଆହତ ହୋଇ ଉଭୟ ପକ୍ଷରୁ କୋର୍ଟଚାଲାଣ ହୋଇଥିଲେ। ଗୋଟିଏ ପକ୍ଷରୁ ଏମ୍. ଚନ୍ଦ୍ରୁ ପାତ୍ର ଏତଲା
ଦେଇଥିବା ବେଳେ ଅପରପକ୍ଷରୁ ଏସ୍. କାମେଶ୍ୱର ପାତ୍ର ଏତଲା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
Archives


