ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ ଗ୍ରାମର ଅନେକ ଲୋକ କିଡ଼ନୀ ରୋଗର ଶିକାର ହେଉଛନ୍ତି। ଏହି ନୂତନ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅବଧି ଶେଷ ହୋଇଯାଇଥିବା ସତ୍ତ୍ୱେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଦାୟିତ୍ୱରେ ଥିବା ଠିକାଦାରଙ୍କ ଅବହେଳା ତଥା ଖାମଖିଆଲ ମନୋଭାବ ଯୋଗୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନି ବୋଲି ବିଭିନ୍ନ ମହଲରେ ଅଭିଯୋଗ ହେଉଛି।
ସୂଚନାଯୋଗ୍ୟ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପଥରଚକଡା ପଞ୍ଚାୟତସ୍ଥ ମାଧପୁର ଗ୍ରାମର ନୂଆସାହିଠାରେ ଗତ ୨୦୦୮-୦୯ ମସିହାରେ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିଲାା ଉକ୍ତ ପ୍ରକଳ୍ପରୁ ପଞ୍ଚାୟତର ୭ ରୁ ୧୮ ନମ୍ବର ପର୍ଯ୍ୟନ୍ତ ୧୨ଟି ୱାର୍ଡର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରାଯାଇଥିଲା ା ଏକ ପମ୍ପହାଉସ୍ ନିର୍ମାଣ ନିମନ୍ତେ ନିଷ୍ପତ୍ତି ହୋଇଥିଲା ା ଏଥିପାଇଁ ସଂସ୍ଥା ପକ୍ଷରୁ ପ୍ରାୟ ଦେଢ଼ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ପ୍ରକଳ୍ପ ସମ୍ପୂର୍ଣ୍ଣ କରିବା ନିମନ୍ତେ ସମୟ ସୀମା ୬ ମାସ ଥିବାବେଳେ ଇତି ମଧ୍ୟରେ ୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ସମ୍ପୃକ୍ତ ଠିକାଦାର ଅଧାପନ୍ତରିଆ କାର୍ଯ୍ୟ କରି ଛାଡି ଯାଇଥିବାରୁ ପମ୍ପ୍ ହାଉସ୍ କାର୍ଯ୍ୟ ଅସମ୍ପୂର୍ଣ୍ଣ ଭାବରେ ପଡିରହିଛି ା ପ୍ରକଳ୍ପ ନିମନ୍ତେ ଆବଶ୍ୟକ ବିଦ୍ୟୁତ୍ ଚାଳିତ ପମ୍ପ ଓ ସମସ୍ତ ଯନ୍ତ୍ରାଂଶ ମଧ୍ୟ ପଡ଼ିିି ନଷ୍ଟ ହେବାକୁ ବସିଲାଣି ା ଏହି କାର୍ଯ୍ୟ ନିମନ୍ତେ ପ୍ରାୟ ୨୭ ଲକ୍ଷ୍ୟ ଟଙ୍କା ବ୍ୟୟ ହୋଇଥିବା ଜଣାପଡ଼ିଛି।
ତେବେ ପାନୀୟଜଳ ନିମନ୍ତେ ପଥରଚକଡା ପଞ୍ଚାୟତବାସୀଙ୍କ ବାରମ୍ବାର ଦାବି ପରେ ମାଧପୁର ଓ ପଥରଚକଡା ଗ୍ରାମ ପାଇଁ ପୁଣି ପୃଥକ ସ୍ଥାନରେ ୨ଟି ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧.୪୩ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟ ଆରମ୍ଭ ହୋଇଛି ା ଚଳିତ ବର୍ଷ ଏପ୍ରିଲ୍ ମାସ ସୁଦ୍ଧା ଉକ୍ତ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବା ଲକ୍ଷ୍ୟ ରହିଥିଲା। ତେବେ ଅବଧି ସୀମାକୁ ୪ ମାସ ଅତିବାହିତ ହୋଇଯାଇଥିଲେ ମଧ୍ୟ ଉକ୍ତ ପ୍ରକଳ୍ପ କାର୍ଯ୍ୟ ସମ୍ପନ୍ନ ହୋଇପାରି ନାହିଁ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଠିକାଦାରଙ୍କ କାର୍ଯ୍ୟରେ ଅବହେଳା ଯୋଗୁ ବାରମ୍ବାର ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ଏଭଳି ଅଧାପନ୍ତରିଆ ଅବସ୍ଥାରେ ପଡ଼ି ରହୁଛି ବୋଲି କୁହାଯାଇଛି। ଏ ସମ୍ପର୍କରେ ପଥରଚକଡ଼ା ପଞ୍ଚାୟତ ସରପଞ୍ଚ ତ୍ରିନାଥ ମୁଦୁଲି କହିଛନ୍ତି, ମାଧପୁର ଗ୍ରାମ ପାଇଁ ସ୍ଥାନୀୟ ବାଲିଘାଟଠାରେ ନିର୍ମିତ ନୂତନ ପ୍ରକଳ୍ପ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁ ରହିଥିଲା, ମାତ୍ର ବିଗତ ୪/୫ ମାସ ହେଲା ଠିକାଦାରଙ୍କୁ ବାରମ୍ବାର କହିଲେ ମଧ୍ୟ କାର୍ଯ୍ୟରେ ଅବହେଳା କରୁଛନ୍ତି। ତେବେ ଏହି ପ୍ରକଳ୍ପ ପାଇଁ ଏକ ପାଣିଟାଙ୍କି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସମ୍ପୂର୍ଣ୍ଣ ହୋଇସାରିଛି ା ଏହା କାର୍ଯ୍ୟକାରୀ ହେଲେ ମାଧପୁରବାସୀଙ୍କ ଜଳକଷ୍ଟ ନିଶ୍ଚୟ ଭାବରେ ଦୂର ହୋଇ ପାରିବ ବୋଲି ସେ ସୂଚନା ଦେଇଥିଲେ ା ନୟାଗଡ଼ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜୀବ ପାଣିଗ୍ରାହୀ ସମ୍ପୃକ୍ତ ଠିକାଦାରଙ୍କୁ ତାଗିଦ୍ କରିଥିବା କହିଛନ୍ତି। ମାସକ ପରେ ପ୍ରକଳ୍ପଟି କାର୍ଯ୍ୟକାରୀ ହେବ ବୋଲି ପାଣିଗ୍ରାହୀ ସୂଚନା ଦେଇଛନ୍ତି ା
ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ
Posted inଆମ ଜିଲା ଖବର, ନୟାଗଡ଼ View All
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ
ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…
ବିଚ୍ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର
ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…
ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…
ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା
ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
Archives

