ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ ଗ୍ରାମର ଅନେକ ଲୋକ କିଡ଼ନୀ ରୋଗର ଶିକାର ହେଉଛନ୍ତି। ଏହି ନୂତନ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅବଧି ଶେଷ ହୋଇଯାଇଥିବା ସତ୍ତ୍ୱେ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଦାୟିତ୍ୱରେ ଥିବା ଠିକାଦାରଙ୍କ ଅବହେଳା ତଥା ଖାମଖିଆଲ ମନୋଭାବ ଯୋଗୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନି ବୋଲି ବିଭିନ୍ନ ମହଲରେ ଅଭିଯୋଗ ହେଉଛି।
ସୂଚନାଯୋଗ୍ୟ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ପଥରଚକଡା ପଞ୍ଚାୟତସ୍ଥ ମାଧପୁର ଗ୍ରାମର ନୂଆସାହିଠାରେ ଗତ ୨୦୦୮-୦୯ ମସିହାରେ ଏକ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିଲାା ଉକ୍ତ ପ୍ରକଳ୍ପରୁ ପଞ୍ଚାୟତର ୭ ରୁ ୧୮ ନମ୍ବର ପର୍ଯ୍ୟନ୍ତ ୧୨ଟି ୱାର୍ଡର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରାଯାଇଥିଲା ା ଏକ ପମ୍ପହାଉସ୍‌ ନିର୍ମାଣ ନିମନ୍ତେ ନିଷ୍ପତ୍ତି ହୋଇଥିଲା ା ଏଥିପାଇଁ ସଂସ୍ଥା ପକ୍ଷରୁ ପ୍ରାୟ ଦେଢ଼ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ପ୍ରକଳ୍ପ ସମ୍ପୂର୍ଣ୍ଣ କରିବା ନିମନ୍ତେ ସମୟ ସୀମା ୬ ମାସ ଥିବାବେଳେ ଇତି ମଧ୍ୟରେ ୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ସମ୍ପୃକ୍ତ ଠିକାଦାର ଅଧାପନ୍ତରିଆ କାର୍ଯ୍ୟ କରି ଛାଡି ଯାଇଥିବାରୁ ପମ୍ପ୍‌ ହାଉସ୍‌ କାର୍ଯ୍ୟ ଅସମ୍ପୂର୍ଣ୍ଣ ଭାବରେ ପଡିରହିଛି ା ପ୍ରକଳ୍ପ ନିମନ୍ତେ ଆବଶ୍ୟକ ବିଦ୍ୟୁତ୍‌ ଚାଳିତ ପମ୍ପ ଓ ସମସ୍ତ ଯନ୍ତ୍ରାଂଶ ମଧ୍ୟ ପଡ଼ିିି ନଷ୍ଟ ହେବାକୁ ବସିଲାଣି ା ଏହି କାର୍ଯ୍ୟ ନିମନ୍ତେ ପ୍ରାୟ ୨୭ ଲକ୍ଷ୍ୟ ଟଙ୍କା ବ୍ୟୟ ହୋଇଥିବା ଜଣାପଡ଼ିଛି।
ତେବେ ପାନୀୟଜଳ ନିମନ୍ତେ ପଥରଚକଡା ପଞ୍ଚାୟତବାସୀଙ୍କ ବାରମ୍ବାର ଦାବି ପରେ ମାଧପୁର ଓ ପଥରଚକଡା ଗ୍ରାମ ପାଇଁ ପୁଣି ପୃଥକ ସ୍ଥାନରେ ୨ଟି ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ୧.୪୩ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟ ଆରମ୍ଭ ହୋଇଛି ା ଚଳିତ ବର୍ଷ ଏପ୍ରିଲ୍‌ ମାସ ସୁଦ୍ଧା ଉକ୍ତ ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯିବା ଲକ୍ଷ୍ୟ ରହିଥିଲା। ତେବେ ଅବଧି ସୀମାକୁ ୪ ମାସ ଅତିବାହିତ ହୋଇଯାଇଥିଲେ ମଧ୍ୟ ଉକ୍ତ ପ୍ରକଳ୍ପ କାର୍ଯ୍ୟ ସମ୍ପନ୍ନ ହୋଇପାରି ନାହିଁ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଠିକାଦାରଙ୍କ କାର୍ଯ୍ୟରେ ଅବହେଳା ଯୋଗୁ ବାରମ୍ବାର ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ଏଭଳି ଅଧାପନ୍ତରିଆ ଅବସ୍ଥାରେ ପଡ଼ି ରହୁଛି ବୋଲି କୁହାଯାଇଛି। ଏ ସମ୍ପର୍କରେ ପଥରଚକଡ଼ା ପଞ୍ଚାୟତ ସରପଞ୍ଚ ତ୍ରିନାଥ ମୁଦୁଲି କହିଛନ୍ତି, ମାଧପୁର ଗ୍ରାମ ପାଇଁ ସ୍ଥାନୀୟ ବାଲିଘାଟଠାରେ ନିର୍ମିତ ନୂତନ ପ୍ରକଳ୍ପ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁ ରହିଥିଲା, ମାତ୍ର ବିଗତ ୪/୫ ମାସ ହେଲା ଠିକାଦାରଙ୍କୁ ବାରମ୍ବାର କହିଲେ ମଧ୍ୟ କାର୍ଯ୍ୟରେ ଅବହେଳା କରୁଛନ୍ତି। ତେବେ ଏହି ପ୍ରକଳ୍ପ ପାଇଁ ଏକ ପାଣିଟାଙ୍କି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସମ୍ପୂର୍ଣ୍ଣ ହୋଇସାରିଛି ା ଏହା କାର୍ଯ୍ୟକାରୀ ହେଲେ ମାଧପୁରବାସୀଙ୍କ ଜଳକଷ୍ଟ ନିଶ୍ଚୟ ଭାବରେ ଦୂର ହୋଇ ପାରିବ ବୋଲି ସେ ସୂଚନା ଦେଇଥିଲେ ା ନୟାଗଡ଼ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜୀବ ପାଣିଗ୍ରାହୀ ସମ୍ପୃକ୍ତ ଠିକାଦାରଙ୍କୁ ତାଗିଦ୍‌ କରିଥିବା କହିଛନ୍ତି। ମାସକ ପରେ ପ୍ରକଳ୍ପଟି କାର୍ଯ୍ୟକାରୀ ହେବ ବୋଲି ପାଣିଗ୍ରାହୀ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?