ପାନ୍ଥନିବାସରେ ରଜ ମହୋତ୍ସବ ଆରମ୍ଭ : ପିଠା, ମିଠା,ପାନ

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥନିବାସଗୁଡ଼ିକରେ ଗୁରୁବାରଠାରୁ ରଜ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଓଟିଡିସି ପକ୍ଷରୁ ଚଳିତବର୍ଷ ରାଜ୍ୟର ୮ ସ୍ଥାନ ଭୁବନେଶ୍ୱର, କଟକ, ଚାନ୍ଦିପୁର, ଗୋପାଳପୁର, ସମ୍ବଲପୁର, ରାଉରକେଲା, ବଡ଼କୂଳ ଓ ପାରାଦୀପରେ ଥିବା ପାନ୍ଥନିବାସରେ ଧୁମଧାମ୍‌ରେ ରଜ ମହୋତ୍ସବ ପାଳିତ ହେଉଛି। ତେବେ ବାତ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବାରୁ ଏଥର ପୁରୀ ଏବଂ କୋଣାର୍କ ପାନ୍ଥନିବାସରେ ରଜ ମହୋତ୍ସବ ଆୟୋଜନ କରାଯାଇନାହିଁ। ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ଆୟୋଜିତ ସ୍ବତନ୍ତ୍ର ରଜ ମହୋତ୍ସବ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଶାସନ ସଚିବ ବିଶାଲ ଦେବ ଯୋଗଦେଇ ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରକାର ପିଠାର ମହକରେ ମହକିଥିଲା ଭୁବନେଶ୍ୱର ପାନ୍ଥନିବାସ। ରଜ ଦୋଳି ସାଙ୍ଗକୁ ପିଠା, ମିଠା ଓ ପାନର ମଜା ନେଇଥିଲେ ପର୍ଯ୍ୟଟକ। ରଜ ଗୀତର ତାଳେ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ମନେପକାଇଥିଲେ।
ଖାସ୍‌ ରଜ ସମୟରେ ପ୍ରସିଦ୍ଧି ଲାଭ କରିଥିବା ପାନ୍ଥନିବାସ ପିଠାର ଡିମାଣ୍ଡ ପ୍ରତିବର୍ଷ ଭଳି ଏଥର ମଧ୍ୟ ଦେଖିବାକୁ ମିଳିଥିଲା। ପର୍ଯ୍ୟଟକଙ୍କ ଲାଗି ପ୍ରଥମଥର ପାଇଁ ଭୁବନେଶ୍ୱର ପାନ୍ଥନିବାସରେ ଆଦିବାସୀ ଅଞ୍ଚଳର ମହୁଲ ଓ ମାଣ୍ଡିଆରେ ପ୍ରସ୍ତୁତ ପିଠା ମୁଖ୍ୟ ଆକର୍ଷଣ ରହିଛି। ରଜ ଅବସରରେ ବନ୍ଧୁ ପରିଜନଙ୍କୁ ଉପହାର ଦେବା ପାଇଁ ସ୍ବତନ୍ତ୍ର ପିଠା ବାସ୍କେଟ୍‌ର ବ୍ୟବସ୍ଥା କରାଯାଇଛି। ଏଥିରେ ପୋଡ଼ପିଠା, କାକରା, ପୂରମଣ୍ଡା, ଆରିସା, କ୍ଷୀରଗଜା, ମୁଗବୁନ୍ଦି ଆଦି ବିଭିନ୍ନ ପ୍ରକାର ପିଠା ରଖାଯାଇଛି। ଏହାଛଡ଼ା ଓଟିଡିସି ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ପିଠା ବିକ୍ରିବଟାର ମଧ୍ୟ ବନ୍ଦୋବସ୍ତ କରାଯାଇଛି। ପୋଡ଼ପିଠା କିଲୋ ପ୍ରତି ୩୫୦, ମୁଗବୁନ୍ଦି ୨୫୦ ଟଙ୍କା ରଖାଯାଇଥିବା ବେଳେ ଅନ୍ୟ ପିଠା ମଧ୍ୟରେ କାକରା, ପୂରମଣ୍ଡା, କ୍ଷୀରଗଜା, ଆରିସା, ଛଣା ମଣ୍ଡା ସହ ଦହିବରା ଓ ଛେନାପୋଡ଼ ଆଦି ରହିଛି। ଚଳିତବର୍ଷ ସମ୍ବଲପୁରବାସୀଙ୍କ ପାଇଁ ଖୁଦମଣ୍ଡା, କଦମ୍ବା ଓ ମୁଗ ପାପଚି ଭଳି ୩ ପ୍ରକାର ନୂଆ ପିଠାର ବ୍ୟବସ୍ଥା କରାଯାଇଛି। ପିଠା ତିଆରି କରିବାକୁ ଭୁବନେଶ୍ୱର ପାନ୍ଥନିବାସ ପରିସରରେ ବ୍ୟାପକ ବ୍ୟବସ୍ଥା ହୋଇଛି। ଗତବର୍ଷ ପ୍ରାୟ ୯ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ପିଠା ବିକ୍ରି ହୋଇଥିବା ବେଳେ ଏ ବର୍ଷ ପାଖାପାଖି ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବିକ୍ରି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ରଜ ମହୋତ୍ସବ ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri