ପାରଦ ଟପିଲା ୪୦ ଡିଗ୍ରୀ: ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋମବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୩୯.୫, ଟିଟିଲାଗଡ ୩୮, ବଲାଙ୍ଗୀର ୩୮.୫, କଟକ ୩୭, ଭୁବନେଶ୍ୱର ୩୬.୬ ଏବଂ ବାରିପଦାରେ ସର୍ବୋଚ୍ଚ ତାପମାତ୍ରା ୩୬.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତାତି ସାଙ୍ଗକୁ ଝାଞ୍ଜି ପବନ ପରିବେଶକୁ ଉତ୍ତପ୍ତ କରିଛି।
ବିହାର ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ରାୟଗଡା, କନ୍ଧମାଳ, ଗଜପତି, କୋରାପୁଟ, ପୁରୀ, ଖୋର୍ଦ୍ଧା, ଅନୁଗୋଳ, କଟକ, ଜଗତ୍‌ସିଂହପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?