ପାରାଦୀପ ବାଲିଯାତ୍ରା ମହୋତ୍ସବ ସ୍ବତନ୍ତ୍ର

ପାରାଦୀପ,୧୯ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥିଭାବେ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ପ୍ରଶାନ୍ତ ମୁଦୁଲି, ସମ୍ବିତ ରାଉତରାୟ, ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ, ଉପାଧ୍ୟକ୍ଷା ପ୍ରଭାତୀ ନାୟକ, ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଏଡିଏମ୍‌ କାହ୍ନୁଚରଣ ଧୀର, ପୌର ନିର୍ବାହୀ ଅଧିକାରୀ ଦିଲୀପ କୁମାର ମହାନ୍ତି ଯୋଗ ଦେଇଥିଲେ। କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବାଲିଯାତ୍ରା ହେଉଛି। କିନ୍ତୁ ନୌବାଣଜ୍ୟରସ୍ଥାନ ପାରାଦୀପରେ ଏହି ମହୋତ୍ସବ ସ୍ବତନ୍ତ୍ର ବୋଲି ଅତିଥିମାନେ କହିଥିଲେ। ଏଥିସହିତ ଅତିଥି ୨୮ ବର୍ଷ ଧରି ଚାଲିଥିବା ଏହି ମହୋତ୍ସବର ସ୍ମୃତିଚାରଣ କରିଥିଲେ। ସେହିପରି ବାଲିଯାତ୍ରାରେ ଟେଣ୍ଡରକୁ ନେଇ ଯେଉଁ ବିବାଦ ଦେଖା ଦେଇଥିଲା ତାହା ଅଯୌକ୍ତିକ ବୋଲି ବାଲିଯାତ୍ରା କମିଟି ଉପାଧ୍ୟକ୍ଷ ତଥା ଉପଜିଲାପାଳ ଧୀର କହିଥିଲେ। ଆସନ୍ତା ବର୍ଷ ବାଲିଯାତ୍ରାକୁ ସ୍ବତନ୍ତ୍ରଭାବେ ଆୟୋଜନ କରାଯିବ ବୋଲି ବିଧାୟକ ସମ୍ବିତ ଘୋଷଣା କରିଥିଲେ। ସଭାକୁ ଜିଲାପାଳ ମହାପାତ୍ର ପରିଚାଳନା କରିଥିଲେ। ବୁଲ୍‌ବୁଲ୍‌ ବାତ୍ୟା ପରେ ଯୁଦ୍ଧକାଳୀନ ଭିତ୍ତିରେ କାମ କରାଯାଇ ମହୋତ୍ସବ ହୋଇଥିବାରୁ ଜିଲାପାଳଙ୍କୁ ସମସ୍ତ ବକ୍ତା ପ୍ରଶଂସା କରିଥିଲେ। ଏଥିରେ ସାମିଲ ହୋଇଥିବା କଟକ କମଟି ସଦସ୍ୟାସଦସ୍ୟଙ୍କୁ ସମ୍ମାନିତ କରାଯାଇଥିଲା। ଶେଷରେ ନିର୍ବାହୀ ଅଧିକାରୀ ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri