ପାରାଦୀପଠାରୁ ୯୫ କିମି ଦୂରରେ ‘ବୁଲ୍‌ବୁଲ୍‌’: ଉପକୂଳବର୍ତ୍ତୀ ଜିଲାରେ ଲାଗି ରହିବ ବର୍ଷା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଏବେ ପାରାଦୀପଠାରୁ ୯୫ କିମି ଦୂରରେ। ଏହା ପୂର୍ବ ଉତ୍ତର ପୂର୍ବ ଦିଗକୁ ମୋଡ଼ ନେବା ଆରମ୍ଭ କରିଛି। ବାତ୍ୟା ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆହୁରି ୪ ରୁ ୫ ଘଣ୍ଟାଯାଏ ବର୍ଷା ଜାରି ରହିବ। ବିଶେଷକରି ବାଲେଶ୍ୱର, ଭଦ୍ରକରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ଶନିବାର ସୂଚନା ଦେଇଛନ୍ତି। ବୁଲ୍‌ବୁଲ୍‌ ପ୍ରଭାବରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବା ସହ ପାରାଦୀପ, ରାଜନଗର, ଚାନ୍ଦବାଲି, ବାସୁଦେବପୁରରେ ଗଛ ଉପୁଡ଼ିଛି। ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌ ଦ୍ୱାରା ଗଛକଟା ଆରମ୍ଭ ହୋଇଯାଇଛି। ଧାମରାରେ ଘଣ୍ଟା ପ୍ରତି ୧୧୦ କିମି ବେଗରେ ପବନ ବୋହୁଥିବା ବେଳେ ବନ୍ଦରରେ ଡଙ୍ଗା ଓଲଟିବା ଯୋଗୁ ୯ ମତ୍ସ୍ୟଜୀବୀ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଜାରି ରହିଥିବା ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri