ପାର୍କ, ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛତ୍ରପୁର ଏନ୍‌ଏସି ପୋଲିସ ପଡିଆଠାରୁ ଜିଲାପାଳଙ୍କ ବଙ୍ଗଳା ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ, ପାର୍କ, ସେଲ୍‌ଫି ପଏଣ୍ଟ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିପାଇଁ ୩୦ ଲକ୍ଷ ଟଙ୍କା ବ୍ୟୟ ହୋଇଛି। ଛତ୍ରପୁରକୁ ଏକ ସ୍ମାର୍ଟ ସହରରେ ପରିଣତ କରିବା ଲକ୍ଷ୍ୟ ରଖି ଏହି କାର୍ଯ୍ୟକ୍ରମ ଏନ୍‌ଏସି ହାତକୁ ନେଇଛି ା ମଙ୍ଗଳବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଡୁଡା ପିଡି ସୁଦାମ ଚରଣ ମଣ୍ଡଳ, ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଏନ୍‌ଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ତହସିଲଦାର ନୀଳମାଧବ ଭୋଇ ପ୍ରମୁଖଙ୍କ ଉପସ୍ଥିତିରେ ରାସ୍ତା ପାର୍ଶ୍ୱ ସୌନ୍ଦର୍ଯ୍ୟକରଣ, ଆଲୋକୀକରଣ ଓ ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ ହୋଇଯାଇଛି ା ଆଗାମୀ ଦିନରେ ଏନ୍‌ଏସି ପକ୍ଷରୁ ମହାବୀର ନଗରରେ ସ୍ମାର୍ଟ ପାର୍କ, ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ର୍ତ୍ତିି ସ୍ଥାପନ, ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରାଯିବ ବୋଲି ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri