ପାର୍କିଂ ଫି’ ଦେବେ କମ୍ପାନୀ କର୍ତ୍ତୃପକ୍ଷ

ଯାଜପୁର ରୋଡ,୯।୮(ନି.ପ୍ର): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଦ୍ୱାର ଯାଜପୁର ରୋଡ ବା ବ୍ୟାସନଗର। ଶିଳ୍ପାଞ୍ଚଳର ୫୬ଟି ବସ୍‌ ଯାଜପୁର ରୋଡ ସହରରୁ ଦୈନିକ ଶିଳ୍ପାଞ୍ଚଳକୁ ଯାଉଛି। ସେମାନେ ପାର୍କିଂ ଫି’ ଦେଉ ନ ଥିଲେ। ଜିନ୍ଦଲ ଷ୍ଟିଲ, ରୋହିତ ଫେରୋଟେକ୍‌, ଟାଟା ଷ୍ଟିଲ, ଭିସା ଷ୍ଟିଲ, ନୀଳାଚଳ, ଇମ୍ଫା, ସାରୁଆବିଲ୍‌ ମାଇନ୍ସ, ବାଲେଶ୍ୱର ଆଲଏଜ, ଅଟୱାଲ ପ୍ରଭୃତି କମ୍ପାନୀ କର୍ତ୍ତୃପକ୍ଷ ଚଳିତ ମାସରୁ ବସ୍‌ ପାଇଁ ଦୈନିକ ୫୦ଟଙ୍କା ପାର୍କିଂ ଫିସ୍‌ ଦେବେ ବୋଲି କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ସୂଚନା ଦେଇଛନ୍ତି। ବୁଧବାର କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏଡିଏମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା ା ଏହି ବୈଠକରେ ପାର୍କିଂ ଫି’ ବାବଦରେ ଆଲୋଚନା ହୋଇଥିଲା। ପାର୍କିଂ ଫି’ ଦେବା ପାଇଁ ସବୁ କମ୍ପାନୀ ପ୍ରତିନିଧିମାନେ ରାଜି ହୋଇଥିଲେ। ଏ ସମ୍ପର୍କରେ ମଧ୍ୟ ଏକ ପ୍ରସ୍ତାବ ଆଗତ ହୋଇଛି। ବ୍ୟାସନଗର ପୌର ପରିଷଦର ନିର୍ବାହୀ ଅଧିକାରି ସପନ କୁମାର ନନ୍ଦ, କଳିଙ୍ଗନଗର ଶିଳ୍ପାଞ୍ଚଳର ବିଭିନ୍ନ କମ୍ପାନୀ ପ୍ରତିନିଧି ଓ ଖଣି ଅଞ୍ଚଳ ପ୍ରତିନିଧିମାନେ ଯୋଗ ଦେଇଥିଲେ। ବ୍ୟାସନଗର ପୌର ପରିଷଦର ରାଜସ୍ବ ବଢାଇବା ପାଇଁ ପାର୍କିଂ ଫି’ ଦେବା ପାଇଁ ନିଷ୍ପତ୍ତି ହୋଇଛି। ଏହାକୁ ବିଧିବଦ୍ଧ ଭାବେ କାର୍ଯ୍ୟକାରୀ କରାଯିବ ବୋଲି ଏଡିଏମ୍‌ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri