Posted inଜାତୀୟ

ପାର୍ଲାମେଣ୍ଟକୁ ଟ୍ରାକ୍ଟର ରାଲିରୁ ଓହରି ନାହାନ୍ତି ଚାଷୀ

ନୂଆଦିଲ୍ଲୀ, ୨୧।୧୧: ବିବାଦୀୟ କୃଷି ଆଇନ ରଦ୍ଦ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ ଆଗାମୀ ଶୀତ ଅଧିବେଶନ ବେଳେ ପାର୍ଲାମେଣ୍ଟକୁ ଟ୍ରାକ୍ଟର ରାଲି କରିବା ନିଷ୍ପତ୍ତିରୁ ଓହରି ନାହାନ୍ତି ଆନ୍ଦୋଳନରେ ସକ୍ରିୟ ଥିବା ଚାଷୀ ସଂଗଠନ। ଆସନ୍ତା ୨୯ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପୂର୍ବରୁ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ପ୍ରତିଦିନ ୫୦୦ ଚାଷୀ ପାର୍ଲାମେଣ୍ଟ ଅଭିମୁଖେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା କରିବେ ବୋଲି ଘୋଷଣା ହୋଇଥିଲା।

ତେବେ ଟ୍ରାକ୍ଟର ରାଲି ସମ୍ପର୍କରେ ରବିବାର ନିଷ୍ପତ୍ତି ନେବେ ସକ୍ରିୟ ଥିବା କୃଷକ ସଂଗଠନଗୁଡ଼ିକ। ଏ ନେଇ ରବିବାର ସିଙ୍ଘୁ ସୀମାରେ ବୈଠକ ଡକାଯାଇଛି। ଏଥିରେ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଣ୍ଣୟ କରାଯିବ ବୋଲି ଶନିବାର ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) କୋର୍‌ କମିଟି ସଦସ୍ୟ ଦର୍ଶନ ପାଲ୍‌ ସୂଚନା ଦେଇଛନ୍ତି।

କୃଷି ଆଇନ ପ୍ରତ୍ୟାହାର ଲାଗି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଏସ୍‌କେଏମ୍‌ ସ୍ବାଗତ କରିଛି। ତେବେ ପାର୍ଲାମେଣ୍ଟରେ ଏହା କାର୍ଯ୍ୟକାରୀ ହେବା ପର୍ଯ୍ୟନ୍ତ ଚାଷୀମାନେ ଅପେକ୍ଷା କରିବେ। ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି)କୁ ଆଇନଗତ ଗ୍ୟାରେଣ୍ଟି ଏବଂ ବିଦ୍ୟୁତ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବିରେ ଆନ୍ଦୋଳନ ଜାରି ରହିବ ବୋଲି ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri