Posted inଜାତୀୟ

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କର କୌଣସି ସମ୍ପର୍କ ନାହିଁ, ଦଳବଦଳ ପାଇଁ କୌଣସି ବିଧାୟକ କିମ୍ବା ଏମ୍‌ପିଙ୍କ ଉପରେ ଚାପ ପକାଯାଇ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ସୋମବାର ଲୋକ ସଭାରେ କହିଛନ୍ତି। ପାର୍ଲାମେଣ୍ଟ ପବିତ୍ରତାର ସୁରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି।
କର୍ନାଟକ ଓ ମଧ୍ୟପ୍ରଦେଶରେ କଂଗ୍ରେସ ନେତୃତ୍ୱାଧୀନ ସରକାରକୁ ଭାଙ୍ଗିବା ପାଇଁ ଭାଜପା ନେତୃତ୍ୱାଧୀନ ସରକାର ଷଡ଼ଯନ୍ତ୍ର କରୁଛି ବୋଲି ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଅଭିଯୋଗ କରିଥିଲେ। ସେମାନେ କଂଗ୍ରେସ ବିଧାୟକମାନଙ୍କୁ ମୁମ୍ବାଇର ପଞ୍ଚତାରକା ହୋଟେଲରେ ରଖିଛନ୍ତି। ବିଧାୟକମାନେ ରାଜ୍ୟପାଳଙ୍କୁ ଭେଟିବା ପରେ ହଠାତ୍‌ ସେମାନଙ୍କ ପାଇଁ ଗାଡି, ବିମାନ ଓ ହୋଟେଲ ବ୍ୟବସ୍ଥା ହେଲା କିପରି ବୋଲି ସେ ପ୍ରଶ୍ନ କରିଥିଲେ। ଭାଜପା ଘୋଡ଼ାବେପାରୀ ଦଳ ଏବଂ କେନ୍ଦ୍ର ସରକାର ଗଣତନ୍ତ୍ର ପ୍ରତି ବିଶ୍ୱାସଘାତ କରିଥିବା ଶୂନ୍ୟକାଳରେ ଅଧୀର ଅଭିଯୋଗ କରିଥିଲେ।
କଂଗ୍ରେସ ସଦସ୍ୟଙ୍କ ଅଭିଯୋଗକୁ ଖଣ୍ଡନ କରି ରାଜନାଥ କହିଥିଲେ, କଂଗ୍ରେସରେ ଇସ୍ତଫା ପର୍ବ ଦଳର ନେତା ରାହୁଲ ଗାନ୍ଧୀଙ୍କଠାରୁ ଆରମ୍ଭ ହୋଇଛି। ଏହି ଦଳର ବଡ଼ ନେତାମାନେ ଇସ୍ତଫା ଦେଉଛନ୍ତି। ଏହା ପରେ ଗୃହରେ କଂଗ୍ରେସ ସଦସ୍ୟମାନେ ହୋହଲ୍ଲା କରିବା ସହ ପ୍ଲାକାର୍ଡ ଦେଖାଇଥିଲେ। ଶାନ୍ତ ହେବା ପାଇଁ ବାଚସ୍ପତି ଓମ୍‌ ବିର୍ଲାଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ସେମାନେ ହଟ୍ଟଗୋଳ ଜାରି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri