Posted inଜାତୀୟ

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ସହ ସୋମବାର ଆଲୋଚନା ବେଳେ କହିବା ଘଟଣାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟିହୋଇଛି। ମଙ୍ଗଳବାର ଏହି ଘଟଣାକୁ ନେଇ ପାର୍ଲାମେଣ୍ଟରେ ଝଡ଼ ସୃଷ୍ଟିହୋଇଛି। ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଏହି ପ୍ରସଙ୍ଗକୁ ନେଇ ଗୃହ ବାରମ୍ବାର ମୁଲତବୀ ହେବା, ହଟ୍ଟଗୋଳ ଲାଗି ରହିବା ଭଳି ପରିସ୍ଥିତି ଦେଖିବାକୁ ମିଳିଥିଲା। ଏମିତିକି ବିରୋଧୀ ସଦସ୍ୟମାନେ ଗୃହ ଛାଡ଼ି ପଳାଇଥିଲେ। ପ୍ରଧାନମନ୍ତ୍ରୀ ଏନେଇ ନିଜେ ମନ୍ତବ୍ୟ ଦିଅନ୍ତୁ ବୋଲି ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ।
ସଭାରେ କଂଗ୍ରେସର ଉପନେତା ଆନନ୍ଦ ଶର୍ମା, ସିପିଆଇ ନେତା ଡି. ରାଜା ଏନେଇ ବିଭିନ୍ନ ପ୍ରଶ୍ନ କରିଥିଲେ। ସିପିଆଇଏମ୍‌, ଆପ୍‌, ଡିଏମ୍‌କେ, ଟିଏମ୍‌ସି, ଏସ୍‌ପି, ବିଏସ୍‌ପି ସଦସ୍ୟମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ତେବେ ପ୍ରଧାନମନ୍ତ୍ରୀ ଏଭଳି କୌଣସି ଅନୁରୋଧ ଟ୍ରମ୍ପଙ୍କୁ କରି ନ ଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସ୍ପଷ୍ଟ କରିଥିଲେ। ଲୋକ ସଭାରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଥିଲା। କଂଗ୍ରେସ ଓ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏନେଇ ପ୍ରଧାନମନ୍ତ୍ରୀଙ୍କଠାରୁ ଉତ୍ତର ମଗାଯାଇଥିଲା। ଶୂନ୍ୟକାଳରେ କଂଗ୍ରେସ ନେତା ମନୀଷ ତିଓ୍ବାରୀ, ଟିଏମ୍‌ସି ନେତା ସୌଗତ ରାୟ, ଏଆଇଏଡିଏମ୍‌କେ ନେତା ଟି.ଆର୍‌. ବାଲୁ ପ୍ରମୁଖ ସ୍ବର ଉଠାଇ ମୋଦିଙ୍କଠାରୁ ଉତ୍ତର ଦାବି କରିଥିଲେ। ଗୃହରେ ହଟ୍ଟଗୋଳ ହେବା ଯୋଗୁ ଏହାକୁ ବାରମ୍ବାର ମୁଲତବୀ ରଖିବାକୁ ପଡ଼ିଥିଲା। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏନେଇ ସରକାରଙ୍କ ପକ୍ଷ ରଖିଥିଲେ। ସରକାର ସ୍ପଷ୍ଟ କରିଥିଲେ ହେଁ ବିରୋଧୀ ଏଥିରେ ସନ୍ତୁଷ୍ଟ ନ ହୋଇ ପ୍ରଧାନମନ୍ତ୍ରୀଙ୍କଠାରୁ ଉତ୍ତର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri