Posted inଜାତୀୟ

ପାଲଘର ବିସ୍ଫୋରଣ: ମୃତକଙ୍କୁ ୫ଲକ୍ଷ ଟଙ୍କା ଦେବେ ସରକାର

ପାଲଘର,୧୨।୧: ମହାରାଷ୍ଟ୍ର ପାଲଘର ଜିଲା ତାରାପୁରରେ ଶନିବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ୭ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁଦାନ ରାଶି ପ୍ରଦାନ କରିବେ ବୋଲି ରବିବାର ପାଲଘର ଜିଲାପାଳ କୈଳାଶ ସିଣ୍ଡେ ସୂଚନା ଦେଇଛନ୍ତି। ଏହାସହ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ମଧ୍ୟ ସରକାର ବହନ କରିବେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟାରେ ପାଲଘର ଜିଲାର ତାରାପୁର କେମିକାଲ ଜୋନ୍‌ରେ ଏହି ବିସ୍ଫୋରଣ ଯୋଗୁ ନିର୍ମାଣାଧୀନ ଏକ ବିଲ୍ଡିଂ ଭୁଶୁଡ଼ି ପଡ଼ିଥିଲା। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ ଟିମ୍‌ ମୁତୟନ ହୋଇଥିଲେ। ନୂଆ ରିଆକ୍ଟର ପରୀକ୍ଷା ବେଳେ ଏହି ବିସ୍ଫୋରଣ ହୋଇଥିବା ଜଣାପଡିଥିଲା। ଏହି ବିସ୍ଫୋରଣରେ ଫ୍ୟାକ୍ଟ୍ରିର ମାଲିକ ନଟବରଭାଇ ପଟେଲ, ଜଣେ ଡାଇରେକ୍ଟର ଓ ଦୁଇଜଣ ଶିଶୁ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

ଇରାନ ଆମେରିକା ସହିତ ପୁଣିଥରେ ଯୁଦ୍ଧ ଆରମ୍ଭ କରିବାରୁ କ୍ଷୁବ୍ଧ ହେଲା ପାକିସ୍ତାନ, ବିଶେଷଜ୍ଞ କହିଲେ -‘ଏହା ଶକ୍ତି ନୁହେଁ ବରଂ…’

ଇସଲାମାବାଦ,୧୯।୭: ଆମେରିକା ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ଇସଲାମାବାଦ ବୁଝାମଣାପତ୍ର ଅନୁଯାୟୀ ସମସ୍ତ ଦାୟିତ୍ୱକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି। ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri