ପାହାଡ଼ରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ପାଲଲହଡ଼ା, ୧୦ା୧୧(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଆଲୁରି ପଞ୍ଚାୟତ ବୁରୁବୁରା ଗ୍ରାମର କୁଲାଡେରା ଜଙ୍ଗଲ ନିକଟ ପାହାଡ଼ ଉପରୁ ଶନିବାର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ଖମାର ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ମୁହଁଠାରୁ ଅଣ୍ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଜଳି ଯାଇଥିବାରୁ ତାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଉପଖଣ୍ଡ ପୋଲିସ ସାଇଣ୍ଟିଫିକ୍‌ ଓ ଡାକ୍ତରୀ ଟିମ୍‌ଙ୍କ ସହ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପୋଲିସ ଦେଇଥିବା ସୂଚନା ମୁତାବକ, ସ୍ଥାନୀୟ ଗ୍ରାମବାସୀ ନିକଟସ୍ଥ ପାହାଡ଼ରେ ଏକ ଗଳିତ ମୃତଦେହ ପଡିଥିବା ଦେଖିଥିଲେ। ଖବରପାଇ ପାଲଲହଡ଼ା ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ, ଖମାର ଥାନା ଅଧିକାରୀ ନିରୋଦ କୁମାର ଦାସଙ୍କ ନେତୃତ୍ୱରେ ଏଏସ୍‌ଆଇ ଗୌରାଙ୍ଗ ବେହେରା, ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିଲେ। ପରେ ମାଜିଷ୍ଟ୍ରେଟ ତଥା ପାଲଲହଡ଼ା ଅତିରିକ୍ତ ତହସିଲଦାର ସୁମନ ମିଞ୍ଜ ଏବଂ ଏକ ଡାକ୍ତରୀ ଦଳ ସେଠାକୁ ଯାଇଥିଲେ। ମୃତଦେହ ଗଳିତ ଅବସ୍ଥାରେ ଥିବାରୁ ସେହିଠାରେ ହିଁ ବ୍ୟବଚ୍ଛେଦ କରାଯାଇଥିଲା। ପ୍ରାୟ ୮ରୁ ୧୦ ଦିନ ପୂର୍ବରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦ ବେଳେ ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଥିଲେ। ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରେ ରକ୍ତଛିଟା ପଡିଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ଏ ସଂକ୍ରାନ୍ତରେ ନଂ. ୬/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ ତଦନ୍ତ ଆଗେଇବ ବୋଲି ଖମାର ଥାନା ଅଧିକାରୀ ଦାସ କହିଛନ୍ତି। ପ୍ରାୟ ସପ୍ତାହେ ତଳେ ଏକ କାର୍‌ ଜଙ୍ଗଲ ନିକଟରେ ଥିବାବେଳେ ୨ ଜଣ ଯୁବକ ଓ ଜଣେ ମହିଳା ସେହି ପାହାଡ଼ ଉପରକୁ ଯାଉଥିବା ପୋଲିସ ସ୍ଥାନୀୟ ଲୋକଙ୍କଠାରୁ ଜାଣିବାକୁ ପାଇଛି। କେହି ହତ୍ୟାକାଣ୍ଡ ପରେ ପରିଚୟ ନଷ୍ଟ ପାଇଁ ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଇଥିବା ସାଧାରଣରେ ଚର୍ଚ୍ଚା ହେଉଛି। ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାପଡିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri