ପାହାଡ଼ରେ ବେଆଇନ ପଥର ବ୍ଲାଷ୍ଟଂ: ଥରିଲା ଗାଁ

ଖୋର୍ଦ୍ଧା ଅଫିସ,୨୭ା୪ : ଲକ୍‌ଡାଉନ ଖଟକଣାକୁ ଫୁ କରି ବେଆଇନ ଭାବେ ପାହାଡରେ ପଥର ବ୍ଲାଷ୍ଟିଂ ସାଙ୍ଗକୁ କ୍ରଶର ୟୁନିଟ ଚାଲିଛି। ଅନ୍ୟପକ୍ଷେ ପଥର ମାଫିଆମାନେ ପାହାଡରୁ ଦିନରାତି ବ୍ଲାଷ୍ଟିଂ କରି ଚାଲିଛନ୍ତି। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଦେଉଳି ପଞ୍ଚାୟତରେ ଥିବା ପାହାଡରେ ପଥର ବ୍ଲାଷ୍ଟିଂ ଯୋଗୁ ଗାଁ ଥରି ଉଠିଥିଲା। କେତେଜଣ ଲୋକଙ୍କ ଘରର କାନ୍ଥ ଫାଟି ଯାଇଛି। ରବିବାର ରାତିରେ ଉତ୍ତେଜିତ ଗ୍ରାମବାସୀ ପାହାଡ ପାଖରେ ପହଞ୍ଚି ବ୍ଲାଷ୍ଟିଂକୁ ବନ୍ଦ କରିଥିଲେ। ସୋମବାର ପୁଣି ଅପରାହ୍ନରେ ପଥର ବ୍ଲାଷ୍ଟିଂକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମବାସୀ ଏଡାକୁ ପୁଣି ବନ୍ଦ କରିଛନ୍ତି। ଏ ନେଇ ତହସିଲଦାର ବିବେକାନନ୍ଦ ପରିଡାଙ୍କୁ ପଚାରିବାରେ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲିଥିବା ଠିକାଦାରଙ୍କୁ ୩ ମାସ ପାଇଁ ପଥର ଖନନ ଲାଗି ଅନୁମତି ଦିଆଯାଇଥିଲା। ଏଥିମଧ୍ୟରେ ୨ ମାସ ବିତି ଯାଇଛି। ଏବେ ଲକ୍‌ଡାଉନ ଯୋଗୁ ଏହା ଉପରେ ରୋକ ଲଗାଯାଇଛି। ଯଦି ପାହାଡ ବ୍ଲାଷ୍ଟିଂ ନେଇ ସ୍ଥାନୀୟ ଲୋକଙ୍କ ଅଭିଯୋଗ ଆସେ ତେବେ ତାଙ୍କ ଲିଜ୍‌କୁ ରଦ୍ଦ ଲାଗି ଜିଲାପାଳଙ୍କ ସହ ଆଲୋଚନା କରାଯିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ସରପଞ୍ଚ ନିରୁପମା ସାମଲଙ୍କ ଅଗୋଚରରେ ପଥର ବ୍ଲାଷ୍ଟିଂକୁ କିପରି ଅନୁମତି ଦିଆଯାଇଛି ଏ ନେଇ ସେ ପ୍ରଶ୍ନ କରିଛନ୍ତି। ଦେଉଳି ପଞ୍ଚାୟତରେ ଏହି ପାହଡ ରହିଛି। ଏ ନେଇ ସେ ତହସିଲଦାରଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି। ପାହାଡ ଖନନ ପାଇଁ କେଉଁ ଆଧାରରେ ଲିଜ୍‌ ଦିଆଯାଇଛି। କେତେ ପରିମାଣର ପଥର ଖନନ କରାଯିବ ତାହାର ସୂଚନା ମଧ୍ୟ ସରପଞ୍ଚ ଜଣାଯାଇନାହିଁ। ସେନେଇ ସ୍ଥାନୀୟ ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ଏଥିରେ ମୋଟା ଅଙ୍କର ଟଙ୍କା କାରବାର ହୋଇଥିବା କେତେଜଣ ଗ୍ରାମବାସୀ ଅଭିଯୋଗ ବାଢିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri