Posted inଜାତୀୟ

ପି. ଚିଦାମ୍ବରମଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୧୬।୧୦: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଗିରଫ କରାଯାଇଛି। ଆଇଏନଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ ଇଡିର ତିନି ଜଣିଆ ଟିମ ତାଙ୍କୁ ଘଣ୍ଟାଏ ଧରି ପଚରାଉଚରା କରିବା ପରେ ଶେଷରେ ଗରିଫ କରିଛି। ଅପରାହ୍ନରେ ଚିଦାମ୍ବରମଙ୍କୁ କୋର୍ଟରେ ହାଜର ହେବେ। ପୂର୍ବରୁ ପି. ଚିଦାମ୍ବରମ ସିବିଆଇ ଦ୍ୱାରା ଗିରଫ ହୋଇ ଏବେ ତିହାର ଜେଲରେ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ସୂଚନାଯୋଗ୍ୟ, ସ୍ବତନ୍ତ୍ର କୋର୍ଟ ବିଚାରପତି ଅଜୟ କୁମାର କୁହାର ଗତ ମଙ୍ଗଳବାର ଚିଦାମ୍ବରମଙ୍କୁ ପଚରାଉଚରା ପାଇଁ ଇଡିକୁ ଅନୁମତି ପ୍ରଦାନ କରିଥିଲେ। ଯଦି ଆବଶ୍ୟକ ପଡ଼େ ତାଙ୍କୁ ଇଡି ଗିରଫ କରିପାରେ ବୋଲି କୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିରେ ସିଜେପିର ବିକ୍ଷୋଭ

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍‌କୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଶନିବାର କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଦ୍ୱାରା ଆୟୋଜିତ…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri