ପିଆଜ ଦର ବୃଦ୍ଧି ନେଇ ଖାଉଟି ଅସନ୍ତୁଷ୍ଟ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବୃଦ୍ଧି ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିତ୍ୟ ବ୍ୟବହାର୍ଯ୍ୟ ଏହି ସାମଗ୍ରୀ କିଲୋ ପିଛା ୩୮ରୁ ୪୨ ଟଙ୍କାରେ ବିକ୍ରି ହେଉଛି। ଖୁଚୁରା ପିଆଜ ବ୍ୟବସାୟୀମାନେ ଅଧିକ ପିଆଜ ରଖିବାକୁ ପଛଘୁଞ୍ଚା ଦେଉଛନ୍ତି। ରାଜଧାନୀସ୍ଥିତ ଏକ ନମ୍ବର ମାର୍କେଟର ଏକାଧିକ ବ୍ୟବସାୟୀଙ୍କ କହିବାନୁଯାୟୀ, ରାଜ୍ୟରେ ପିଆଜ ଉତ୍ପାଦନ ଆଶାନୁରୂପ ହେଉନାହିଁ। ପିଆଜ ପାଇଁ ନାସିକ ଉପରେ ନିର୍ଭର କରିବାକୁ ପଡ଼େ। ୨ ମାସ ପୂର୍ବେ ଯେଉଁ ଦରରେ ପିଆଜ ଆମଦାନୀ ହେଉଥିଲା ତାହା ସେପରି ହେଉନାହିଁ। ଦର ବୃଦ୍ଧି ହେଉଥିବାରୁ ଖାଉଟି କେବଳ କାମଚଳା ଭାବେ ପିଆଜ କ୍ରୟ କରୁଥିବା ଆମେ ଲକ୍ଷ୍ୟ କରୁଛୁ। ଏ ପରିସ୍ଥିତି ଆସନ୍ତା ୨ରୁ ୩ ସପ୍ତାହ ଯାଏ ରହିବ ବୋଲି ଆଶଙ୍କା କରାଯାଉଛି।
ଅପରପକ୍ଷରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ଯେ, ପିଆଜ ଉତ୍ପାଦନ ହେଉଥିବା ନାସିକରେ ବନ୍ୟା ହୋଇଛି। ବନ୍ୟା ଦ୍ୱାରା ରାଜ୍ୟକୁ ଆମଦାନୀ ବାଧାପ୍ରାପ୍ତ ହୋଇଛି। ତେଣୁ ରାଜ୍ୟରେ ପିଆଜ ଦରବୃଦ୍ଧି ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri