ପିଆଜ ଦର,ଉପଲବ୍ଧତା ସମୀକ୍ଷା କଲେ ପାଶ୍ୱାନ

ନୂଆଦିଲ୍ଲୀ,୭-୧୧: ଦେଶର ପିଆଜ ଦର ବୃଦ୍ଧି ଏବଂ ଉପଲବ୍ଧତା ସମ୍ପର୍କରେ କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାଶ୍ୱାନ ବୁଧବାର ସମୀକ୍ଷା କରିଛନ୍ତି। ବର୍ଷା କାରଣରୁ ପିଆଜ ଉତ୍ପାଦନ ଏବଂ ଯୋଗାଣ ଉପରେ ପ୍ରଭାବ ପଡିଛି। ଏହି ଅବସରରେ ପାଶ୍ୱାନ କହିଛନ୍ତି ଯେ, ପିଆଜ ଦର ବୃଦ୍ଧି ଉପରେ ରୋକ ଲଗାଇବା ଦିଗରେ ସରକାର କାର୍ଯ୍ୟ କରୁଛନ୍ତି। ଦେଶରେ ୫୬,୭୦୦ ଟନ୍‌ ପିଆଜ ମହଜୁଦ କରି ରଖାଯାଇଛି। ଏହା ମଧ୍ୟରେ ୧୫୨୫ ଟନ୍‌ ନାଫେଡ୍‌ ନିକଟରେ ରହିଛି। ପିଆଜର ଉପଲବ୍ଧତା ବୃଦ୍ଧି ଲାଗି ରପ୍ତାନି ଉପରେ ଅଙ୍କୁଶ ଲଗାଯାଇଛି। ଖୁୁଚୁରା ବ୍ୟବସାୟୀଙ୍କ ଲାଗି ମହଜୁଦ ସୀମା ୧୦ ମେଟ୍ରିକ ଟନ ରଖାଯାଇଥିବା ବେଳେ ପାଇକାରୀଙ୍କ କ୍ଷେତ୍ରରେ ଏହା ୫୦ ମେଟ୍ରିକ ଟନ୍‌ ରହିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ଷା ଯୋଗୁ ପିଆଜ ଉତ୍ପାଦନ ୪୦% ହ୍ରାସ ଘଟିଛି। କୃଷି ମନ୍ତ୍ରଣାଳୟ ପକ୍ଷରୁ ଆମଦାନି ହେଉଥିବା ପିଆଜ ଉପରେ ଧୂମ ବିଶୋଧନ ସର୍ତ୍ତାବଳୀକୁ କୋହଳ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri