Posted inଜାତୀୟ

ପିଆଜ ଦରବୃଦ୍ଧିକୁ ନେଇ ପ୍ରତିବାଦ କଲେ ଚନ୍ଦ୍ରାବାବୁ

ଅମରାବତୀ,୯।୧୨: ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଡିପି ମୁଖ୍ୟ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ସୋମବାର ପିଆଜ ଦରବୃଦ୍ଧିକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି। ବିଧାନସଭା ନିକଟ ଭେଙ୍କଟପାଲେମ ଗାଁ ନିକଟରେ ଥିବା ଫାୟାର ଷ୍ଟେଶନ ପାଖରେ ଟିଡିପି କର୍ମୀମାନେ ବେକରେ ପିଆଜ ମାଳ ପକାଇ ବିରୋଧ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଏହାସହ ପିଆଜର ଏକ ବଡ ମଡେଲ ପ୍ରସ୍ତୁତ କରି ହାତରେ ଧରିବା ସହ ନିକିତିର ଗୋଟିଏ ପଟେ ସୁନା ଓ ଅନ୍ୟପଟେ ପିଆଜ ରଖି ବିରୋଧ କରାଯାଇଛି। ଏହାକୁ ନେଇ ଚନ୍ଦ୍ରାବାବୁ କହିଛନ୍ତି ଏବେ ପିଆଜର ଏମିତି ମୂଲ୍ୟ ବୃଦ୍ଧି ହୋଇଛି ଯେ ଏବେ ଏହା ଯେମିତି ସୁନା ଭଳି ମୂଲ୍ୟବାନ ହୋଇଯାଇଛି। ହେଲେ ସେନେଇ ରାଜ୍ୟ ସରକାର କୌଣସି ପଦକ୍ଷେପ ନେଇ ନାହାଁନ୍ତି। ଯେପର୍ଯ୍ୟନ୍ତ ପିଆଜର ମୂଲ୍ୟହ୍ରାସ ନ ହେବ ସେପର୍ଯ୍ୟନ୍ତ ବିରୋଧ ପ୍ରଦର୍ଶନ ଜାରି ରହିବ ବୋଲି ସେ କହିଛନ୍ତି। ଏହି ବିରୋଧ ପ୍ରଦର୍ଶନ ସମୟରେ ସେ ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ପୋଲିସ ତାଙ୍କୁ ଅଟକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri