ପିଆଜ, ପନିପରିବା ଦର ଆକାଶଛୁଆଁ

ଭୁବନେଶ୍ୱର,୬-୧୧(ବ୍ୟୁରୋ):ଆକାଶ ଛୁଆଁ ପିଆଜ ଦର ଖାଉଟିଙ୍କୁ କନ୍ଦାଇଲାଣି। ଗୋଦାମରେ ହୋଲସେଲ ଦର ୬୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ ୬୫କୁ ଟପିଲାଣି। ଏହି ଦର ଆହୁରି ଆଗକୁ ବଢିବ । ଗରିବ ଲୋକମାନଙ୍କର ମୁଖ୍ୟ ଆହାର ପିଆଜ ଏବେ ଚିନ୍ତା ବଢାଇ ଦେଇଛି । କିଲେ ଦି କିଲୋ କିଣୁଥିବା ଲୋକମାନେ ଏବେ ଅଢେଇଶରେ କାମ ଚଳାଉଛନ୍ତି। ଗତ ଦୁଇ ସପ୍ତାହରେ ପିଆଜ ଦର ୪୫ରୁ ଟଙ୍କା ଥିବା ବେଳେ ହଠାତ କେ.ଜି ପିଛା ୧୫ ଟଙ୍କା ବୃଦ୍ଧି ହେବା ଜନସାଧାରଣଙ୍କୁ ଅତିଷ୍ଠ କରିଛି। ମହାରାଷ୍ଟ୍ର, କର୍ନାଟକ ଓ ଆନ୍ଧ୍ର ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ପିଆଜ ଦର ବୃଦ୍ଧି ଘଟିଛି। କିଲୋ ପିଛା ଆହୁରି ୫ରୁ ୬ ଟଙ୍କା ବୃଦ୍ଧି ପାଇବ। ରିହାତି ଦରରେ ପିଆଜ ଯୋଗାଇବାକୁ ସରକାର ଚିନ୍ତା କରୁଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ତେବେ ଖୁବଶୀଘ୍ର ଏ ନେଇ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
କେବଳ ପିଆଜ ନୁହେଁ ପନି ପରିବା ଦର ବୃଦ୍ଧି ମଧ୍ୟ ଲୋକମାନଙ୍କୁ ଆହୁରି କଷ୍ଟ ଦେଇଛି। କାର୍ତ୍ତିକ ମାସରେ ପରିବାର ଦର ଏକ ପ୍ରକାର ଆକାଶ ଛୁଆଁ ହୋଇଛି। ପୋଟଳ, ବାଇଗଣ, ବିନ, ଝୁଡଙ୍ଗ, କଲରା, ଟମାଟୋ, ଗାଜର ଆଦି ପରିବା ଦର ୫୦ ଟଙ୍କା ଉପରେ ରହିଛି। ଡାଲି ଦର ମଧ୍ୟ ବୃଦ୍ଧି ଘଟିଛି। ଆଳୁ ପିଆଜ ଠାରୁ ଆରମ୍ଭ କରି ପନିପରିବା ଓ ଡାଲି ଦର ବୃଦ୍ଧି ସାଧାରଣ ଲୋକଙ୍କୁ ଅଣନିଃଶ୍ୱାସୀ କରିଛି। ତେବେ ବଜାରକୁ ନିୟନ୍ତ୍ରଣ କରିବା କିମ୍ବା ଅଭାବ ପୂରଣ କରିବା ପାଇଁ ସରକାରଙ୍କ ପାଖରେ କିଛି ବିକଳ୍ପ ନାହିଁ। ଖାଉଟିମାନଙ୍କୁ ଦର କମିବା ଯାଏ ଅପେକ୍ଷା କରିବା ଛଡା ଅନ୍ୟ ଉପାୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri