ପିଆଜ ବିକିବେ ସରକାର

ଭୁବନେଶ୍ୱର, ୭।୧୧(ବ୍ୟୁରୋ): କି.ଗ୍ରା. ପ୍ରତି ୧୦ରୁ ୧୫ ଟଙ୍କାରେ ମିଳୁଥିବା ପିଆଜ ଏବେ ୬୫ ଟଙ୍କା ଛୁଇଁଲାଣି। ପିଆଜ ଗତ ଦୁଇମାସ ହେବ ଗରିବ ଓ ନିମ୍ନ ଆୟବର୍ଗର ଲୋକମାନଙ୍କୁ କଲବଲ କରୁଛି। ଆସନ୍ତା ମାସକ ମଧ୍ୟରେ ଦର କମିବା ସମ୍ଭାବନା କ୍ଷୀଣ। ବଜାର ଅବସ୍ଥାକୁ ଦେଖି ରାଜ୍ୟ ସରକାର ଖାଉଟିମାନଙ୍କୁ ସୁଲଭ ମୂଲ୍ୟରେ ପିଆଜ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖାଯାଇଛି। ଚିଠିରେ ଉଲ୍ଲେଖ କରାଯାଇଛି ଯେ, ପିଆଜ କୁଇଣ୍ଟାଲ ୪୮୦୦ରୁ ୬୨୦୦ ଟଙ୍କାକୁ ବୃଦ୍ଧି ପାଇଛି। ଖୁଚୁରା ବଜାରରେ କିଲୋ ୫୨ରୁ ୭୦ ଟଙ୍କାକୁ ବୃଦ୍ଧି ପାଇଛି। ରାଜ୍ୟର ବ୍ୟବସାୟୀ ମହାସଂଘ ସହିତ ଆଲୋଚନା କରିବା ପରେ ଜଣାପଡ଼ିଛି ଯେ, ଲଗାତର ପ୍ରବଳ ବର୍ଷା ଯୋଗୁ ଆନ୍ଧ୍ରପ୍ରଦେଶ ଓ କର୍ନାଟକରେ ପିଆଜ ଚାଷ ଗଭୀର ଭାବେ ପ୍ରଭାବିତ ହୋଇଛି। ଆବଶ୍ୟକତା ଅନୁଯାୟୀ ଓଡ଼ିଶାକୁ ଆସୁନାହିଁ। ମହାରାଷ୍ଟ୍ରରୁ ନୂଆ ପିଆଜ ଆସିବ ବୋଲି ଅନୁମାନ କରାଯାଉଥିବା ବେଳେ ସେଠାରେ ପ୍ରବଳ ବର୍ଷା ଯୋଗୁ ଏହି ଫସଲ ଉଜୁଡ଼ି ଯାଇଛି। ପିଆଜର ଚଢ଼ା ଦର ରହିଥିବାରୁ ଏହାର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଅଧିକ ମୁନାଫା କମାଇବା ଆଶାରେ ବଜାରରେ କୃତ୍ରିମ ଅଭାବ ସୃଷ୍ଟି କରିବା ସମ୍ଭାବନା ରହିଛି। ଏହା ଉପରେ ନଜର ରଖିବାକୁ କୁହାଯାଇଛି। ଏଥିସହିତ ବଜାର ଚାହିଦାକୁ ଦେଖି ସ୍ଥାନୀୟ ମାର୍କେଟରୁ ପିଆଜ କିଣି ସରକାରୀ ଖୁଚୁରା ଦୋକାନ (ପିଡିଏସ୍‌) ଓ ମୈତ୍ରୀ ଦୋକାନରେ ବିନା ଲାଭ ଓ କ୍ଷତିରେ ବିକ୍ରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ବଜାର ସ୍ଥିତି ଓ ପିଆଜ ବିକ୍ରି ସମ୍ପର୍କରେ ନିୟମିତ ଖବର ଜଣାଇବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଆଳୁ ଓ ପିଆଜ ଏକ ଅତ୍ୟାବ୍ୟଶକ ସାମଗ୍ରୀ ହୋଇଥିବାରୁ ତିରୋଟ ସମୟ ପୂର୍ବରୁ ଗଚ୍ଛିତ ରଖିବାକୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଇସ୍‌ ଷ୍ଟାବିଲାଇଜେଶନ ଫଣ୍ଡ (ପିଏସ୍‌ଏଫ୍‌) ଗଠନ କରିଛନ୍ତି। ଉଭୟ ୫୦ କୋଟି ଟଙ୍କା ଲେଖାଏ ଦେବାକୁ ମଧ୍ୟ ବ୍ୟବସ୍ଥା ହୋଇଛି। ତେବେ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ପ୍ରତ୍ୟେକ ବର୍ଷ ଲୋକମାନଙ୍କୁ ଆଳୁ ଓ ପିଆଜ ପାଇଁ ହିନସ୍ତା ହେବାକୁ ପଡୁଛି। ପିଆଜ ଏକ ଶୀଘ୍ର ନଷ୍ଟ ହେଉଥିବା ଫସଲ ହୋଇଥିବାରୁ ସେଗୁଡ଼ିକୁ ପୂର୍ବରୁ ଗଚ୍ଛିତ ରଖିବା ସମ୍ଭବ ନୁହେଁ ବୋଲି ଯୋଗାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ରିହାତି ଦରରେ ପିଆଜ ଯୋଗାଇବାକୁ ସରକାର ଚିନ୍ତା କରୁଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଥିଲେ। କେବଳ ପିଆଜ ନୁହେଁ, ପନିପରିବା ଦର ବୃଦ୍ଧି ମଧ୍ୟ ଜନସାଧାରଣଙ୍କୁ ଆହୁରି କଷ୍ଟ ଦେଇଛି। କାର୍ତ୍ତିକ ମାସରେ ପରିବା ଦର ଏକ ପ୍ରକାର ଆକାଶଛୁଆଁ ହୋଇଛି। ପୋଟଳ, ବାଇଗଣ, ବିନ୍‌, ଝୁଡ଼ଙ୍ଗ, କଲରା, ଟମାଟୋ, ଗାଜର ଆଦି ପରିବା ଦର କିଲୋ ପିଛା ୫୦ ଟଙ୍କା ଉପରେ ରହିଛି। ଡାଲି ଦର ମଧ୍ୟ ବୃଦ୍ଧି ଘଟିଛି। ଆଳୁ ପିଆଜଠାରୁ ଆରମ୍ଭ କରି ପନିପରିବା ଓ ଡାଲି ଦର ବୃଦ୍ଧି ସାଧାରଣ ଲୋକଙ୍କୁ ଅଣନିଃଶ୍ୱାସୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri