ପିଆଜର ଦରବୃଦ୍ଧିକୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଟ୍ବିଙ୍କିଲ

ମୁମ୍ବାଇ,୭।୧୨: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ଯଦିଓ ଏବେ ବଡ ପରଦାଠାରୁ ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଏମିତିକି ସୋସିଆଲ ଇସ୍ୟୁକୁ ନେଇ ସେ ଅନେକ ସମୟରେ ବ୍ଲଗ ମଧ୍ୟ ଲେଖି ଥାଆନ୍ତି। ଏବେ ପ୍ରାୟ ସାରା ଦେଶରେ ପିଆଜର ଦରବୃଦ୍ଧିକୁ ନେଇ ସେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣଙ୍କୁ ଟାର୍ଗେଟ କରିଛନ୍ତି। ନିକଟରେ ସେ ଏକ ଓ୍ବେବସାଇଟ୍‌ ପାଇଁ ଲେଖିଥିବା ବ୍ଲଗରେ ଉଲ୍ଲେଖ କରିଛନ୍ତି ଅର୍ଥମନ୍ତ୍ରୀ ପିଆଜ ବଦଳରେ କାନ୍ଦା ଭାଜିଆ(ପିଆଜ ପକୁଡି) ଖାଇବାକୁ କହି ନାହାନ୍ତି। ଟ୍ବିଙ୍କିଲ ପିଆଜକୁ ଦାମୀ ଫଳ ଆଭାକାଡୋ ସହ ତୁଳନା କରିଛନ୍ତି। ଏହାସହ ସେ ବିନା ପିଆଜରେ ପ୍ରସ୍ତୁତ ୫ଟି ରେସିପି ମଧ୍ୟ ଶେୟାର କରିଛନ୍ତି। ଏଥିରେ ରହିଛି ପାଓ ଭାଜି, ଚିକେନ କରି, ରାଜମା, ବାଇଗଣ ଭର୍ତ୍ତା ଓ ମଟନ କରି। ସୂଚନାଯୋଗ୍ୟ ଏବେ ପିଆଜର ଦାମ୍‌ ଅଧିକାଂଶ ସ୍ଥାନରେ କିଲୋ ପିଛା ଦର ୧୨୦ ଟଙ୍କା ପର୍ଯ୍ୟନ୍ତ ପହଞ୍ଚିଲାଣି। ଯାହା ବ୍ୟବସାୟୀଙ୍କଠରୁ ଆରମ୍ଭ କରି ଖାଉଟିଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଅନ୍ୟପଟେ ଏହାକୁ ନେଇ ନିକଟରେ ଅର୍ଥମନ୍ତ୍ରୀ କହିଥିଲେ ଯେହେତୁ ସେ କମ୍‌ ପିଆଜ ଖାଆନ୍ତି ତେଣୁ ଏହି ଦରବୃଦ୍ଧି ତାଙ୍କ ଉପରେ ବା ତାଙ୍କ ପରିବାର ଉପରେ କୌଣସି ପ୍ରଭାବ ପକାଇବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri