ବାରିପଦା ଅଫିସ,୩୦ା୫- ବାରିପଦା ପିଆରଏମ୍ ମେଡ଼ିକାଲ୍ରେ ଦିନକୁ ଦିନ ଚିକିତ୍ସା ଅବହେଳା ନେଇ ଅଭିଯୋଗ ଲମ୍ବିବାରେ ଲାଗିଛି। କିଛି ଦିନ ତଳେ ଶିଶୁ ପୁତ୍ର ଅଦଳବଦଳ ହୋଇଥିବା ଘଟଣା ମନରୁ ନ ଲିଭୁଣୁ ପୁଣି ଜଣେ ଶିଶୁକନ୍ୟାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ମଧୁବନ ୱାର୍ଡ ନଂ.୭ର ରଜନୀକାନ୍ତ ପୃଷ୍ଟି ଏ ନେଇ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଗତ ୨୩ ତାରିଖରେ ବର୍ଷକର ଝିଅ ଲକ୍ସିତାଙ୍କ ବାନ୍ତି ହେଉଥିବାରୁ ତାଙ୍କ ବାପା ରଜନୀକାନ୍ତ ତାଙ୍କୁ ପିଆରଏମ୍ ମେଡ଼ିକାଲ୍ରେ ଭର୍ତ୍ତି କରାଇଥିଲେ। ଆଡମିଶନ ସମୟରେ ଡ୍ୟୁଟିରେ ଥିବା ଡାକ୍ତର ଆସି ଶିଶୁଟିକୁ ଦେଖି ଇଞ୍ଜେକ୍ସନ ଦେଇଥିଲେ। କିଛି ଘଣ୍ଟା ପରେ ଅନ୍ୟ ଜଣେ ଡାକ୍ତର ଆସି ପୁନର୍ବାର ଏକ ଇଞ୍ଜେକ୍ସନ ଦେଇଥିଲେ। ଏହାପରେ ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ଭଲ ହେବା ପରିବର୍ତ୍ତେ ଆହୁରି ଜଟିଳ ହୋଇଯାଇଥିଲା। କିଛି ସମୟ ପରେ ଅନ୍ୟ ଜଣେ ଡାକ୍ତର ଆସି ଶିଶୁଟିକୁ ଦେଖିଥିଲେ ଏବଂ ପିଲାକୁ ନିମୋନିଆ ହୋଇଥାଇପାରେ ବୋଲି କହି ତୃତୀୟ ଥର ପାଇଁ ଆଉ ଏକ ଇଞ୍ଜେକ୍ସନ ଦେଇଥିଲେ। ଏହାର କିଛି ସମୟ ପରେ ଶିଶୁଟି ଛାଟିପିଟି ହେଉଥିବା ଦେଖି ମେଡ଼ିକାଲ୍ କର୍ତ୍ତୃପକ୍ଷ ଶିଶୁର ମା’ ଦୁର୍ଗାମଣି ସାହୁଙ୍କଠାରୁ ଏକ କାଗଜରେ ଦସ୍ତଖତ କରାଇ ନେବା ସହିତ ଶିଶୁଟି ଗୁରୁତର ଅବସ୍ଥାରେ ଅଛି ଏବଂ ତାକୁ କଟକ ଶିଶୁ ଭବନକୁ ନେଇଯିବା ପାଇଁ କହିଥିଲେ। ପରିବାର ଲୋକେ ଏକ ଆମ୍ବୁଲାନ୍ସ ଯୋଗେ ଶିଶୁକୁ ଶିଶୁଭବନକୁ ନେଇଯାଇଥିଲେ। ମାତ୍ର ସେଠାରେ ପହଞ୍ଚିବାର କିଛି ସମୟ ପରେ ଶିଶୁଟି ମୃତ୍ୟୁବରଣ କରିଥିଲା। ତେଣୁ ଚିକିତ୍ସା ଅବହେଳାରୁ ତାଙ୍କ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏହାର ଉପଯୁକ୍ତ ତଦନ୍ତ କରି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରଜନୀକାନ୍ତ ଦାବି କରିଛନ୍ତି। ଏ ନେଇ ପିଆରଏମ ମେଡ଼ିକାଲ୍ର ଅଧୀକ୍ଷକ ବି.ଏନ୍. ମହାନ୍ତିଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ କୌଣସି ଉତ୍ତର ଦେଇ ନ ଥିଲେ।
କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା
ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…
ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ
ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…
ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…
ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,
ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…
ଘରର ଲାଇନ୍ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…
ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…
କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ
ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…
Archives

