ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ହେଉ, ନଚେତ ବିଧାନସଭା ଅଚଳ କରିଦିଆଯିବ: ଭାଜପା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରନ୍ତୁ। ନଚେତ ବିଧାନସଭା ଅଚଳ କରିଦିଆଯିବ। ଏଭଳି ଚେତାବନୀ ଦେଇଛନ୍ତି ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକ। ଭାଜପା ଶୁକ୍ରବାର ସ୍ମିତାରାଣୀଙ୍କ ପରିବାରଲୋକଙ୍କୁ ଭେଟିବା ପରେ ଶନିବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି ସେ ଏଭଳି ଉକ୍ତି ରଖିଛନ୍ତି ।

ସେ କହିଛନ୍ତି, ମହିଳା କମିଶନ ଘଟଣାସ୍ଥଳକୁ ଯାଇଥିଲେ ବି ଆଶ୍ଚର୍ଯ୍ୟଜନକ ଭାବେ ମୃତା ସ୍ମିତାରାଣୀଙ୍କ ପରିବାରଲୋକଙ୍କୁ ଭେଟିନାହାନ୍ତି। କେବଳ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ୪ଜଣଙ୍କୁ ପୋଲିସ ଗିରଫ କରିନାହିଁ। ଅପରପକ୍ଷେ ସ୍ମିତାଙ୍କ ସ୍ବାମୀ ଏବଂ ଭାଇଙ୍କୁ ଘଣ୍ଟାଘଣ୍ଟା ଧରି ଜେରା କରାଯାଇଛି। ଯେଉଁ ସ୍କର୍ପିଓରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା ତାହା ସିଲ କରାଯାଇନାହିଁ। ସେହିଭଳି ସିସିଟିଭି ଫୁଟେଜ୍‌ ମଧ୍ୟ ନାହିଁ। ଜିଲା ପୋଲିସ ଏବଂ ପ୍ରଶାସନ ତଦନ୍ତ ପ୍ରକ୍ରିୟାକୁ ପ୍ରଭାବିତ କରୁଥିବା ଯୋଗୁ ନ୍ୟାୟ ମିଳିବା ଅସମ୍ଭବ। ଏଣୁ ନିରପେକ୍ଷ ତଦନ୍ତ ପାଇଁ ଏହି ଘଟଣାର ତଦନ୍ତ ଭାର ଦିଆଯାଉ ବୋଲି ସେ କହିଛନ୍ତି। ଏଥିସହ ସ୍ମିତାଙ୍କ ପରିବାର ଭୟଭୀତ ଥିବାରୁ ସେମାନଙ୍କୁ ୨୪ଘଣ୍ଟିଆ ସୁରକ୍ଷା ଦିଆଯାଉ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri