ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀ ସମେତ ୫ଜଣଙ୍କୁ ଜେରା,ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା,କଂଗ୍ରେସ

ଧର୍ମଶାଳା,୧୮।୧୦(ଡି.ଏନ୍‌.ଏ.):  ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁରର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ମୃତ୍ୟୁ ଘଟଣାରେ ଧର୍ମଶାଳା ପୋଲିସ ଗୁରୁବାର ସରପଞ୍ଚଙ୍କ ସ୍ବାମୀ ରୁପେଶ ଭଦ୍ରଙ୍କ ସମେତ ୫ଜଣଙ୍କୁ ଥାନାକୁ ଡକାଇ ପଚରାଉଚରା ଜାରି ରଖିଛି। କିଭଳି ଓ କେଉଁ ପରିସ୍ଥିତିରେ ପିଇଓ ସ୍ମିତାରାଣୀ ସରପଞ୍ଚଙ୍କ ଗେଷ୍ଟ ହାଉସକୁ ଖାଇବାକୁ ଯାଇଥିବାବେଳେ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଲେ, ସେନେଇ ପୋଲିସ ଖୋଳ ତାଡ଼ କରୁଛି। ଏପରି କି ଏକ ୩ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଅପରପକ୍ଷରେ ଏଭଳି ଏକ ସମ୍ବେଦନଶୀଳ ଘଟଣାର ଉଭୟ ଭାଜପା ଜିଲା ମହିଳା ମୋର୍ଚ୍ଚା ଏବଂ କଂଗ୍ରେସ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।
ପ୍ରକାଶ ଯେ, ହରିଦାସପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବୁଧବାର ସରପଞ୍ଚ ମଧୁସ୍ମିତା ଭଦ୍ର ଏବଂ ଅନ୍ୟମାନଙ୍କ ସହ ଚାରିବାଟିଆ ଓ ସୁଭଦ୍ରାପୁର ଗ୍ରାମକୁ ଭତ୍ତା ଟଙ୍କା ବାଣ୍ଟିବାକୁ ଯାଇଥିଲେ। ସେଠାରୁ ପଞ୍ଚାୟତ କାର୍ଯ୍ୟାଳୟ ଫେରିବା ପରେ ନିକଟରେ ଥିବା ସରପଞ୍ଚଙ୍କ ଗେଷ୍ଟ ହାଉସକୁ ମଧ୍ୟାହ୍ନଭୋଜନ କରିବାକୁ ଯାଇଥିଲେ। ସାଙ୍ଗରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଓ ଅନ୍ୟକିଛି ସହଯୋଗୀ ଥିଲେ। ତେବେ ମଧ୍ୟାହ୍ନଭୋଜନ ପୂର୍ବରୁ ସ୍ମିତାରାଣୀ ବାଥ୍‌ରୁମ୍‌କୁ ଯିବାକୁ କହି ଉପର ମହଲାକୁ ଯାଇଥିଲେ। ସେଠାରେ ସେ ଏକ କୋଠରିର ଫ୍ୟାନ୍‌ରେ ନିଜ ଓଢ଼ଣିରେ ଦଉଡ଼ି ଦେଇଥିଲେ। ଏହା ଜଣାପଡ଼ିବା ପରେ ରୂପେଶ ଓ ଅନ୍ୟମାନେ କବାଟ ଭାଙ୍ଗି ତାଙ୍କୁ ଧର୍ମଶାଳା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏପରି କି ଏହି ଘଟଣା ସମ୍ପର୍କରେ ରୂପେଶ ପିଇଓ ସ୍ମିତାରାଣୀଙ୍କ ବାପାଙ୍କୁ ଖବର ଦେଇଥିଲେ। ତେବେ ଅଫିସ କାର୍ଯ୍ୟରେ ଯାଇଥିବା ଜଣେ ଅଧିକାରିଣୀ ଖାଇବାକୁ ଯାଇ କାହିଁକି ଆତ୍ମହତ୍ୟା କଲେ ତାକୁ ନେଇ ବିଭିନ୍ନ ଆଲୋଚନା ହେଉଛି। ଗୁରୁବାର ଧର୍ମଶାଳା ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ମୋନାଲିସା ଦାଶଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଧର୍ମଶାଳା ଥାନାରେ ପହଞ୍ଚତ୍ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ସେହିପରି ଧର୍ମଶାଳା କଂଗ୍ରେସ ପକ୍ଷରୁ କିଷାନ ପଣ୍ଡାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ ଧର୍ମଶାଳା ଥାନାରେ ପହଞ୍ଚି ପିଇଓ ଅଫିସ କାର୍ଯ୍ୟରେ ଯାଇ ସରପଞ୍ଚ ସ୍ବାମୀଙ୍କ ଗେଷ୍ଟହାଉସରେ ଆତ୍ମହତ୍ୟା କରିବାକୁ ସାଧାରଣରେ ଗ୍ରହଣ କରିପାରୁ ନ ଥିବା ସୂଚନା ଦେବା ସହ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଅପରପକ୍ଷରେ ଏଭଳି ଏକ ସମ୍ବେଦନଶୀଳ ଘଟଣା ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଯାଜପୁର ଏସ୍‌ପି ଚରଣ ସିଂ ମିନା ଏହାକୁ ଗୁରୁତ୍ୱର ସହ ନେଇଛନ୍ତି। ଯାଜପୁର ଏସଡିପିଓ କେଦାରନାଥ ସାହୁ ଧର୍ମଶାଳା ଥାନାରେ ପହଞ୍ଚତ୍ ଘଟଣାର ଅନୁଧ୍ୟାନ କରିବା ସହ ସରପଞ୍ଚଙ୍କ ସ୍ବାମୀ ଓ ତାଙ୍କ ୪ସହଯୋଗୀଙ୍କୁ ଥାନାକୁ ଡକାଇ ଘଟଣା ସମ୍ପର୍କରେ ପଚରାଉଚରା କରିଛନ୍ତି। ଘଟଣା ସମ୍ପର୍କରେ ଏସଡିପିଓ ସାହୁଙ୍କୁ ପଚାରିବାରେ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ଏପରି କି ପାରିପାର୍ଶ୍ୱିକ ସ୍ଥିତିକୁ ଗୁରୁତ୍ୱ ଦିଆଯାଇ ପଚରାଉଚରା ଜାରି ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସି ନ ଥିବାରୁ ଏହା ଆତ୍ମହତ୍ୟା କି ହତ୍ୟା ସ୍ପଷ୍ଟ ହୋଇ ନାହିଁ । ଏହି ଘଟଣାରେ କାହାରି ସମ୍ପୃକ୍ତି ଥିବା ଜଣାପଡ଼ିଲେ ଆଇନ ଅନୁଯାୟୀ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସାହୁ କହିଛନ୍ତି। ଅପରପକ୍ଷରେ ଗୁରୁବାର ବ୍ୟବଚ୍ଛେଦ ପରେ ସ୍ମିତାରାଣୀଙ୍କ ମୃତଦେହକୁ ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ପରିସରକୁ ଅଣାଯାଇଥିଲା। ଏଠାରେ ବିଡିଓ ହେମନ୍ତ ସ୍ବାଇଁ ସମେତ ଅନ୍ୟ କର୍ମଚାରୀମାନେ ଶବାଧାରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପରେ ତାଙ୍କ ଶାଶୁଘର ଭୁବନପୁର ନିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?