ପିଇଓଙ୍କୁ ଅଟକ ରଖିଲେ ହିତାଧିକାରୀ

ବାରିପଦା ଅଫିସ,୫ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ପାଉଁଶିଆ ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)ଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ଉତ୍ତ୍ୟକ୍ତ ଲୋକେ ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଫଳରେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ କାର୍ଯ୍ୟାଳୟ ମଧ୍ୟରେ ଅଟକି ରହିଥିଲେ। ଖବରପାଇ ପୋଲିସ ଓ ବ୍ଲକ କର୍ତ୍ତୃପକ୍ଷ ପହଞ୍ଚି ସମ୍ପୃକ୍ତ ଅଧିକାରୀଙ୍କୁ ବଦଳି କରିବାର ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।
ସୂଚନା ଅନୁଯାୟୀ, ଗୁରୁବାର ପଞ୍ଚାୟତ କାର୍ଯ୍ୟାଳୟକୁ ୧୧ଟି ୱାର୍ଡର ଲୋକେ ଚାଉଳ ନେବାକୁ ଆସିଥିଲେ। ଚାଉଳ ପ୍ରଦାନ କରିବା ପରିବର୍ତ୍ତେ ଭତ୍ତା ବଣ୍ଟନରେ ବ୍ୟସ୍ତ ରହି ପିଇଓ ଜଣକ ଶୁକ୍ରବାର ଚାଉଳ ଦିଆଯିବ ବୋଲି କହିଥିଲେ। ଟାଣ ଖରାରେ ବାରମ୍ବାର ପଞ୍ଚାୟତ କାର୍ଯ୍ୟାଳୟକୁ ଚାଉଳ ନେବାକୁ ଆସି ଫେରୁଥିବା ଜଗନ୍ନାଥପୁର, ଭଣ୍ଡାରିକୁଳା, ଶାଳବଣୀ, ରାଜଗଡ଼ ଓ କାଣିମହୁଲୀ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଥିଲେ। ସେମାନେ ଚାଉଳ ନେବାକୁ ଅଡ଼ି ବସିବାରୁ ଅଧିକାରିଣୀ ଜଣକ ଦୁର୍ବ୍ୟବହାର କରିଥିବା ଲୋକେ ଅଭିଯୋଗ କରି ତାଙ୍କୁ ପଞ୍ଚାୟତ କାର୍ଯ୍ୟାଳରେ ତାଲା ପକାଇ ହୋହହ୍ଲା କରିଥିଲେ। ପୋଲିସ ଓ ବ୍ଲକ ପଞ୍ଚାୟତ ଅଧିକାରୀ ଦାୟିତ୍ୱରେ ଥିବା ରୂପେଶ ମାଝୀ ପହଞ୍ଚି ଘଟଣାରେ ହସ୍ତକ୍ଷେପ କରିବା ପରେ ଉତ୍ତ୍ୟକ୍ତ ଲୋକେ ଶାନ୍ତ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?