ପିଏକ୍ସଇର ପ୍ରତିଷ୍ଠା ସମାରୋହ

ବାଲେଶ୍ୱର ଅଫିସ,୧୬।୧୧-ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ)ର ୧୨୫ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ପିଏକ୍ସଇର ନିର୍ଦ୍ଦେଶକ ତଥା ବିଶିଷ୍ଟ ବୈଜ୍ଞାନିକ ଦତ୍ତାତ୍ରୋୟ କ୍ରିଷ୍ଣାକାନ୍ତ ଯୋଶୀ ଉତ୍ସବକୁ ଉଦ୍‌ଘାଟନ କରି ଦେଶର ପ୍ରତିରକ୍ଷା କ୍ଷେତ୍ରରେ ପିଏକ୍ସଇର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଡିଆର୍‌ଡିଓ (ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଙ୍ଗଠନ) ଅଧୀନ ଏହି ସର୍ବପୁରାତନ ପ୍ରତିଷ୍ଠାନକୁ ବିଶ୍ୱସ୍ତରୀୟ ସଂସ୍ଥାରେ ପରିଣତ କରିବାକୁ ସେ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।
ଏହି ଅବସରରେ ପ୍ରତିଷ୍ଠା ସମୟରେ କାର୍ଯ୍ୟରତ ତଥା ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ସ୍ଲୋ ସାଇକେଲ ରେସ୍‌, ଥ୍ରୋ ବଲ୍‌, ଫୁଟବଲ୍‌ ମ୍ୟାଚ୍‌ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଉତ୍ସବ କମିଟିର ଚେୟାରମ୍ୟାନ୍‌ ହିମାଂଶୁ ଶେଖର ପଣ୍ଡା ଓ ୱାକର୍‌ସ କମିଟି ନେତୃତ୍ୱରେ ଶତାଧିକ କର୍ମଚାରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ୧୨୫ତମ ସ୍ଥାପନା ଦିବସକୁ ସ୍ମରଣୀୟ କରିବା ଲାଗି ୧୨୫ଟି ଚାରାରୋପଣ କରାଯାଇଥିଲା। ଆସନ୍ତା ୧୭ତାରିଖରେ ପରିବେଶର ସୁରକ୍ଷା ନେଇ ଜନଜାଗରଣ ବୃଦ୍ଧି ପାଇଁ ବାଲେଶ୍ୱର ସହରରେ ଏକ ମାରାଥନ୍‌ ରାଲି ଏବଂ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଛି। ସେହିପରି ୨୦ ତାରିଖ ସନ୍ଧ୍ୟାରେ ଚାନ୍ଦିପୁରଠାରେ ପୁରସ୍କାର ବିତରଣ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri