ଚଣ୍ଡିଗଡ,୨୨।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଆଜିକାଲି ଆମେରିକାରେ ତାଙ୍କର ପିଏଚଡି ଥେସିସ୍ ଲେଖୁଛନ୍ତି। ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାର ପ୍ରାୟ ଦୁଇ ମାସ ପରେ ଚାନ୍ନି ମାର୍ଚ୍ଚ ୧୦ରେ ଭାରତ ଛାଡିଥିଲେ। ତାଙ୍କ ଦଳର ସହକର୍ମୀମାନେ ମଧ୍ୟ ଚାନୀଙ୍କ ଭବିଷ୍ୟତ ଯୋଜନା ବିଷୟରେ ଜାଣି ନ ଥିଲେ।
୨୦୦୪ ମସିହାରୁ ଚାନ୍ନି ‘ଭାରତୀୟ ଜାତୀୟ କଂଗ୍ରେସ କେନ୍ଦ୍ରୀୟ ସଂଗଠନ ଏବଂ ନିର୍ବାଚନ ରଣନୀତି’ ଉପରେ ଦୀର୍ଘ ଦିନ ହେବ ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ପିଏଚଡି କରୁଛନ୍ତି। ଚାନ୍ନିଙ୍କ ସାନଭାଇ ମନୋହର ସିଂ କହିଛନ୍ତି, ସେ ସବୁବେଳେ ରାଜନୀତିରେ ବ୍ୟସ୍ତ ଥିଲେ ଏବଂ ଅଧ୍ୟୟନ ପାଇଁ ସମୟ ପାଇ ନ ଥିଲେ। ସେ ବର୍ତ୍ତମାନ ଆମେରିକାରେ ରହି ତାଙ୍କର ପିଏଚଡି ଥେସିସ ପ୍ରସ୍ତୁତ କରୁଛନ୍ତି। ସେ ଆସନ୍ତା ମାସରେ ଭାରତ ଫେରିବାକୁ ଯୋଜନା କରିଛନ୍ତି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୦୨୧ରେ ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚରଣଜିତ୍ ସିଂ ଚାନ୍ନି। ଚାନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତ କରିବା ଗାନ୍ଧୀ ପରିବାର ଦ୍ୱାରା ଏକ ମାଷ୍ଟରଷ୍ଟ୍ରୋକ ଭାବରେ ଦେଖାଯାଇଥିଲା। କିନ୍ତୁ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାସ୍ତ ହୋଇଥିଲା। ଚାନ୍ନି ନିଜେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଉଭୟ ଆସନରୁ ପରାସ୍ତ ହୋଇଥିଲେ।
କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି
କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...
୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ
ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...
ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ
ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...
ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ
ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ
ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
Archives


