Posted inଜାତୀୟ

ପିଏଚ୍‌ଡି କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୨।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଆଜିକାଲି ଆମେରିକାରେ ତାଙ୍କର ପିଏଚଡି ଥେସିସ୍‌ ଲେଖୁଛନ୍ତି। ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାର ପ୍ରାୟ ଦୁଇ ମାସ ପରେ ଚାନ୍ନି ମାର୍ଚ୍ଚ ୧୦ରେ ଭାରତ ଛାଡିଥିଲେ। ତାଙ୍କ ଦଳର ସହକର୍ମୀମାନେ ମଧ୍ୟ ଚାନୀଙ୍କ ଭବିଷ୍ୟତ ଯୋଜନା ବିଷୟରେ ଜାଣି ନ ଥିଲେ।
୨୦୦୪ ମସିହାରୁ ଚାନ୍ନି ‘ଭାରତୀୟ ଜାତୀୟ କଂଗ୍ରେସ କେନ୍ଦ୍ରୀୟ ସଂଗଠନ ଏବଂ ନିର୍ବାଚନ ରଣନୀତି’ ଉପରେ ଦୀର୍ଘ ଦିନ ହେବ ପଞ୍ଜାବ ବିଶ୍ୱବିଦ୍ୟାଳୟରୁ ପିଏଚଡି କରୁଛନ୍ତି। ଚାନ୍ନିଙ୍କ ସାନଭାଇ ମନୋହର ସିଂ କହିଛନ୍ତି, ସେ ସବୁବେଳେ ରାଜନୀତିରେ ବ୍ୟସ୍ତ ଥିଲେ ଏବଂ ଅଧ୍ୟୟନ ପାଇଁ ସମୟ ପାଇ ନ ଥିଲେ। ସେ ବର୍ତ୍ତମାନ ଆମେରିକାରେ ରହି ତାଙ୍କର ପିଏଚଡି ଥେସିସ ପ୍ରସ୍ତୁତ କରୁଛନ୍ତି। ସେ ଆସନ୍ତା ମାସରେ ଭାରତ ଫେରିବାକୁ ଯୋଜନା କରିଛନ୍ତି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୦୨୧ରେ ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ହୋଇଥିଲେ ଚରଣଜିତ୍‌ ସିଂ ଚାନ୍ନି। ଚାନ୍ନିଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତ କରିବା ଗାନ୍ଧୀ ପରିବାର ଦ୍ୱାରା ଏକ ମାଷ୍ଟରଷ୍ଟ୍ରୋକ ଭାବରେ ଦେଖାଯାଇଥିଲା। କିନ୍ତୁ ନିର୍ବାଚନରେ କଂଗ୍ରେସ ଶୋଚନୀୟ ପରାସ୍ତ ହୋଇଥିଲା। ଚାନ୍ନି ନିଜେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ଉଭୟ ଆସନରୁ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri