ପିଏମ୍‌ କିଷାନ ଯୋଜନା ଲାଗି ତାଲିକା ଦେଲେ ଟଙ୍କା ମିଳିବ: ତୋମାର

ଭୁବନେଶ୍ୱର,୨ା୯(ବ୍ୟୁରୋ): ପିଏମ୍‌ କିଷାନ ଯୋଜନାକୁ ନେଇ ପୁଣିଥରେ ରାଜ୍ୟ ଓ କେନ୍ଦ୍ର ମୁହାଁମୁହିଁ ହୋଇଛନ୍ତି। ଦିନିକିଆ ରାଜ୍ୟ ଗସ୍ତରେ ଆସି ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ପିଏମ୍‌ କିଷାନ ଯୋଜନା ପାଇଁ ରାଜ୍ୟ ତାଲିକା ନ ଦେବା କଥାକୁ ପୁଣିଥରେ ଉଠାଇଛନ୍ତି। ରାଜ୍ୟ ଯେପର୍ଯ୍ୟନ୍ତ ତାଲିକା ନ ଦେବ ସେତେବେଳେ ଯାଏ ଚାଷୀଙ୍କୁ କିପରି ଟଙ୍କା ମିଳିବ ବୋଲି ସେ କହିଛନ୍ତି। ଏପରି ସ୍ଥିତିରେ ଏହି ଯୋଜନା ଲାଗି ରାଜ୍ୟକୁ ପୁଣିଥରେ କେନ୍ଦ୍ର ସରକାର ଚାଷୀଙ୍କ ତାଲିକା ମାଗିଛନ୍ତି। ଦେଶର ସାଢେ ୧୪କୋଟି ଚାଷୀ ଏହି ଯୋଜନାରେ ଯୋଡି ହୋଇଛନ୍ତି। ମାତ୍ର ରାଜ୍ୟ ସରକାର ଯୋଗ୍ୟ ଚାଷୀଙ୍କ ତାଲିକା ନ ଦେଲା ପର୍ଯ୍ୟନ୍ତ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା କେମିତି ଆସିବ ବୋଲି କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ସରକାର ଓଡ଼ିଶାର ସମସ୍ତ ଚାଷୀଙ୍କୁ ପିଏମ୍‌ କିଷାନ ଯୋଜନାରେ ଅର୍ଥ ଦେବାକୁ ଚାହୁଁଛି। ରାଜ୍ୟ ସରକାରଙ୍କୁ ଅନୁରୋଧ କରୁଛି ତୁରନ୍ତ ବାକି ଚାଷୀଙ୍କ ତାଲିକା ପ୍ରଦାନ କରନ୍ତୁ, ଯେମିତି ଆମେ ତୁରନ୍ତ ସହାୟତା ଦେଇପାରିବୁ। ପିଏମ୍‌ କିଷାନ ଯୋଜନାରେ ସାମିଲ କରିବା ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାର କେନ୍ଦ୍ରକୁ ୩୦ଲକ୍ଷ ୮୦ ହଜାର ଚାଷୀଙ୍କ ତାଲିକା ପ୍ରଦାନ କରିଛନ୍ତି। ଏମାନଙ୍କ ମଧ୍ୟରୁ ୩୦ ଲକ୍ଷ ୨୬ ହଜାର ଚାଷୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦିଆଯାଇଛି। ୯ଲକ୍ଷ ୩୪ ହଜାର ଚାଷୀଙ୍କୁ ଦ୍ୱିତୀୟ କିସ୍ତି ଟଙ୍କା ଦିଆଯାଇଛି। ଅନ୍ୟପଟେ ରାଜ୍ୟ ସରକାରଙ୍କ ନିଜସ୍ବ କାଳିଆ ଯୋଜନାରେ ୫୧ଲକ୍ଷ ଚାଷୀଙ୍କୁ ପ୍ରଥମ କିସ୍ତି ଟଙ୍କା ଦେଇଛନ୍ତି। ଏହି ତାଲିକାର ବାକି ୨୧ଲକ୍ଷ ଚାଷୀଙ୍କ ତାଲିକା କେନ୍ଦ୍ରକୁ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri