ପିଏମ୍‌ କିଷାନ ଲାଗି ଆଧାର ହେବ ଅନିବାର୍ଯ୍ୟ

ନୂଆଦିଲ୍ଲୀ,୧୧-୧୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍‌-କିଷାନ)ର ଲାଭ ନେବା ଲାଗି ଡିସେମ୍ବର ୧ ପରଠାରୁ ଆଧାର ଅନିବାର୍ଯ୍ୟ ହେବ। ଆଧାର ପ୍ରମାଣନ ହୋଇଥିବା କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଯୋଜନାରେ ପ୍ରଦାନ କରାଯିବ ଅର୍ଥ ଦିଆଯିବ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଲୋକସଭାରେ ସୂଚନା ଦେଇଛନ୍ତି। ପିଏମ୍‌ କିଷାନ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୧୪ କୋଟି କୃଷକ ଯୋଡି ହୋଇଛନ୍ତି। ଏମାନଙ୍କୁ ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ ଲାଗି ଯୋଜନା ରହିଛି। ପ୍ରଥମ କିସ୍ତି ପାଇବା ଲାଗି ଡିସେମ୍ବର ୨୦୧୮ରୁ ମାର୍ଚ୍ଚ ୨୦୧୯ ମଧ୍ୟରେ ଆଧାରକୁ ଇଚ୍ଛାଧିନ କରାଯାଇଥିଲା। ଏହାବାଦ ଆସାମ, ମେଘାଳୟ ଏବଂ ଜମ୍ମୁ କଶ୍ମୀର ଲାଭି ମାର୍ଚ୍ଚ ୨୦୨୦ ପର୍ଯ୍ୟନ୍ତ ଆଧାରକୁ ଇଚ୍ଛାଧିନ କରାଯାଇଛି। ଦ୍ୱିତୀୟ କିସ୍ତି ପାଇବା ଲାଗି ଆଧାର ନିଶ୍ଚିତ ଭାବେ ଦେବାକୁ ପଡିବ। ଆଧାର ସଂଯୋଗୀକରଣ ବିଳମ୍ବ ହେବା ଯୋଗୁ ଏହି ସର୍ତ୍ତକୁ ନଭେମ୍ବର ୩୦ ଯାଏ କୋହଳ କରାଯାଇଥିଲା। ମାତ୍ର ଡିସେମ୍ବର ୧ ପରଠାରୁ ହିତାଧିକାରୀଙ୍କ ଲାଗି ଆଧାର ସଂଯୋଗ ବାଧ୍ୟତାମୂଳକ ବୋଲି କୁହାଯାଇଛି। ନଭେମ୍ବର ୩୦ ସୁଦ୍ଧା ସରକାର ୭.୬୦ କୋଟି ହିତାଧିକାରୀଙ୍କୁ ୩୫, ୮୮୨.୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ପ୍ରକୃତ ହିତାଧିକାରୀଙ୍କୁ ସୁବିଧାର ଲାଭ ପ୍ରଦାନ ଲାଗି ଏଭଳି ନିଷ୍ପତ୍ତି ତୋମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri