ପିଏମ୍‌ କେୟାର୍ସ ଫଣ୍ଡକୁ ୫୧ଲକ୍ଷ ଟଙ୍କା ଦାନ କଲେ ପୂର୍ବତନ ବିଚାରପତି

ନୂଆଦିଲ୍ଲୀ,୧।୪: କରୋନା ଭାଇରସ୍‌ ବିରୋଧରେ ଜାରି ରହିଥିବା ଲଢ଼େଇରେ ସାରା ଦେଶରୁ ସହାୟତାର ହାତ ବଢ଼ିଛି। ଇତିମଧ୍ୟରେ ସୁପ୍ରମିକୋର୍ଟର ପୂର୍ବତନ ବିଚାରପତି ଦୀପକ ବର୍ମା ବୁଧବାର ପିଏମ୍‌ କେୟାର୍ସ ଫଣ୍ଡକୁ ୫୧ଲକ୍ଷ ଟଙ୍କା ଦାନ କରିଥିବା ଜଣାପଡ଼ିଛି। କରୋନା ଭାଇରସ୍‌ ଯୋଗୁ ଯେଉଁମାନେ ବେରୋଜଗାର ହୋଇ ସହରରୁ ଗାଁମୁହାଁ ହେଉଛନ୍ତି ସେମାନଙ୍କ ସହୟତା ପାଇଁ ଦୀପକ ବର୍ମା ଏହି ରାଶି ପ୍ରଦାନ କରିଛନ୍ତି। ଏଥିସହ ବିଚାରପତି ବର୍ମା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଭାବପୂର୍ଣ୍ଣ ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବେଳ ଥାଉଁ ଦେଶରେ କରୋନା ଭାଇରସ୍‌କୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ଯେଉଁ ଯେଉଁ ଉଚିତ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ଅତ୍ୟନ୍ତ ପ୍ରଶଂସନୀୟ। ଏଥିସହ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସହରରେ କାମଧନ୍ଦା ସବୁ ବନ୍ଦ ହୋଇଯାଇଛି। ଫଳରେ ହଜାର ହଜାର ଶ୍ରମିକ ଓ ଦିନ ମଜୁରିଆମାନେ ବେରୋଜଗାର ହୋଇ ନିଜ ପରିବାର ସହ ଚାଲି ଚାଲି ଗାଁକୁ ଫେରିବା ପାଇଁ ବାଧ୍ୟ ହେଉଛନ୍ତି। ଏହି ସମୟରେ ଏମାନଙ୍କ ଏଭଳି ଦୁର୍ଦ୍ଦଶାକୁ ଦେଖି ବିଚାରପତି ବର୍ମା ଚିନ୍ତା ପ୍ରକଟ କରିଛନ୍ତି। ତେଣୁ ତାଙ୍କର ଏହି ଛୋଟ ଯୋଗଦାନ ସେମାନଙ୍କର କିଛି ସହାୟତା କରିପାରିବ ବୋଲି ବିଚାରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri