ପିଏମ୍‌ସି ବ୍ୟାଙ୍କ ଉପରେ ଲାଗିଲା କଟକଣା;ଗ୍ରାହକ ଏକାଥରକେ ଉଠାଇପାରିବେ ୧୦୦୦ ଟଙ୍କା

ମୁମ୍ବାଇ,୨୫-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆର୍ଥିକ ଅନୀୟମିତତା ଅଭିଯୋଗରେ ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋଅପରେଟିଭ ବ୍ୟାଙ୍କ ଲିମିଟେଡ(ପିଏମ୍‌ସି ବ୍ୟାଙ୍କ), ମୁମ୍ବାଇର ଦୈନନ୍ଦିନ କାର୍ଯ୍ୟ ଉପରେ ୬ ମାସ ପର୍ଯ୍ୟନ୍ତ କଟକଣା ଜାରି କରିଛି। କେନ୍ଦ୍ରୀୟ ବ୍ୟାଙ୍କର ନିର୍ଦ୍ଦେଶ ମୁତାବକ ବ୍ୟାଙ୍କ ଆକାଉଣ୍ଟଧାରୀମାନେ ନିଜ ଆକାଉଣ୍ଟରୁ ଦୈନିକ ମାତ୍ର ୧ହଜାର ଟଙ୍କା କାଢ଼ିପାରିବେ ବୋଲି ଆର୍‌ବିଆଇର ଚିଫ୍‌ ଜେନେରାଲ ମ୍ୟାନେଜର ଯୋଗେଶ ଦୟାଲ କହିଛନ୍ତି। ଏଥିସହିତ ବ୍ୟାଙ୍କ କୌଣସି ନୂଆ ଋଣ ଜାରି କରିପାରିବ ନାହିଁ। ଆର୍‌ବିଆଇର କଟକଣା ଜାରି ଖବର ପ୍ରଚାରିତ ହେବା ମାତ୍ରେ ପିଏମ୍‌ସି ବ୍ୟାଙ୍କର ମୁମ୍ବାଇରେ ଥିବା ପ୍ରତ୍ୟେକ ଶାଖାରେ ଗ୍ରାହକଙ୍କ ଭିଡ ପରିଲକ୍ଷିତ ହୋଇଛି। ପିଏମ୍‌ସି ବ୍ୟାଙ୍କର ଏକାଧିକ ରାଜ୍ୟରେ ଶାଖା ରହିଛି। ମହାରାଷ୍ଟ୍ର, ଦିଲ୍ଲୀ, କର୍ନାଟକ, ଗୋଆ, ଗୁଜରାଟ, ଆନ୍ଧ୍ରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ଶାଖା ରହିଛି। ୧୯୮୪ରେ ମୁମ୍ବାଇର ଏକ ଛୋଟିଆ ଘରେ ପ୍ରତିଷ୍ଠା ହୋଇଥିବା ଏହି ବ୍ୟାଙ୍କର ବର୍ତ୍ତମାନ ୬ ରାଜ୍ୟରେ ୧୩୭ ଶାଖା ରହିଛି।
ପିଏମ୍‌ସି ବ୍ୟାଙ୍କ ଅନୀୟମିତତା ମାମଲାରେ ଜଡିତ ଥିବା ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ତାଙ୍କ ପୁତୁରା ଅଜିତ ପାଓ୍ବାର ଓ ବ୍ୟାଙ୍କର ପୂର୍ବତନ ୭୦ ଅଧିକାରୀଙ୍କ ବିରୋଧରେ ଏତଲା ଦାଏର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri