Posted inଜାତୀୟ

ପିଏମ୍‌ସି ବ୍ୟାଙ୍କ ବିରୋଧ ପ୍ରଦର୍ଶନ ପରେ ଦୃଦ୍‌ଘାତରେ ଜଣେ ଜମାକାରୀଙ୍କ ମୃତ୍ୟୁ

ମୁମ୍ବାଇ,୧୫।୧୦: ପଞ୍ଜାବ ଆଣ୍ଡ ମହାରାଷ୍ଟ୍ର କୋ-ଅପରୋଟିଭ(ପିଏମ୍‌ସି) ବ୍ୟାଙ୍କର ଜମାକାରୀଙ୍କୁ କିଛି ଦିନ ହେଲା ବହୁ ଅସୁବିଧାର ସାମ୍ନା କରିବାକୁ ପଡ଼ୁଛି। ପିଏମ୍‌ସି ବ୍ୟାଙ୍କ ବନ୍ଦ ହୋଇଯିବା ଖବର ପ୍ରଚାର ହେବା ପରେ ଜମାକାରୀ ନିଜ ସଞ୍ଚିତ ଟଙ୍କାକୁ ବାହାର କରିବା ପାଇଁ ବ୍ୟାଙ୍କରେ ଭିଡ ଜମାଉଛନ୍ତି। ଏଥିସହ ଜମାକାରୀମାନେ ବ୍ୟାଙ୍କ ସମ୍ମୁଖରେ ବିରୋଧ ପ୍ରଦର୍ଶନ ମଧ୍ୟ କରରୁଥିବା ଦେଖିବାକୁ ମିଳିଛି। ଏହାରି ଭିତରେ ସୋମବାର ପିଏମ୍‌ସି ବ୍ୟାଙ୍କର ଜଣେ ଜମାକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ବ୍ୟାଙ୍କରେ ପ୍ରାୟ ୯୦ ଲକ୍ଷ ଟଙ୍କା ଜମା ରଖିଥିବା କୁହାଯାଉଛି। ସୂଚନାଯୋଗ୍ୟ, ମୁମ୍ବାଇ ଓଶିଓ୍ବାରାର ତାରାପୋରଓ୍ବୋଲା ଗାର୍ଡନରେ ରହୁଥିବା ସଞ୍ଜୟ ଗୁଲାଟି ପିଏମ୍‌ସି ବ୍ୟାଙ୍କରେ ପ୍ରାୟ ୯୦ ଲକ୍ଷ ଟଙ୍କା ଜମା ରଖିଥିଲେ। ସୋମବାର ବ୍ୟାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ଉପରେ ସଞ୍ଜୟ କିଛି ଜମାକାରୀଙ୍କ ସହ ବିରୋଧ ପ୍ରଦର୍ଶନ କରିଥିଲେ। ପ୍ରଦର୍ଶନ ପରେ ସେ ଘରକୁ ଫେରିଥିଲେ। ଘରକୁ ଫେରିବାର କିଛି ସମୟ ମଧ୍ୟରେ ତାଙ୍କୁ ହୃଦ୍‌ଘାତ ହେବାରୁ ମୃତ୍ୟୁ ହୋଇଥିଲା। ମଙ୍ଗଳବାର ସଞ୍ଜୟଙ୍କ ଅନ୍ତିମ ସଂସ୍କାର କରାଯିବ। ଅନ୍ୟପଟେ ଆରବିଆଇକୁ ପିଏମ୍‌ସି ନିଜ ବ୍ୟାଙ୍କ ଓ ଋଣ ସମ୍ବନ୍ଧୀୟ କିଛି ମିଥ୍ୟା ତଥ୍ୟ ଦେଇଥିଲା। ଯାହାକୁ ନେଇ ଆରବିଆଇ ଏହି ବ୍ୟାଙ୍କ ଉପରେ କିଛି ପ୍ରତିବନ୍ଧକ ଲଗାଇଛି। ଏହି ବ୍ୟାଙ୍କର ବ୍ରାଞ୍ଚ ଗୁଡ଼ିକ ମୁଖ୍ୟତଃ ପଞ୍ଜାବ, ମହାରାଷ୍ଟ୍ର, ଦିଲ୍ଲୀ ଓ ଗୋଆରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri