ପିଏମ୍‌ସି ବ୍ୟାଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଆଯାଇଛି: ସୀତାରାମନ

ନୂଆଦିଲ୍ଲୀ,୧୩-୧୦: ପଞ୍ଜାବ ଏବଂ ମହାରାଷ୍ଟ୍ର କୋଅପରେଟିଭ୍‌ (ପିଏମ୍‌ସି) ବ୍ୟାଙ୍କ ଜମାକାରୀଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଆଶ୍ୱାସନା ଦେଇଛନ୍ତି। ଏହି ମାମଲା ଉପରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସହ ଆଲୋଚନା କରିଥିବା ସୀତାରାମନ କହିଛନ୍ତି। ସେ କହିଛନ୍ତି ଯେ, ପିଏମ୍‌ସି ବ୍ୟାଙ୍କ ସମସ୍ୟା ସମାଧାନକୁ ସରକାର ଗୁରୁତ୍ୱ ସହ ନେଇଛନ୍ତି। ସମସ୍ୟାର ସମାଧାନ ଲାଗି ରିଜର୍ଭ ବ୍ୟାଙ୍କ ଗଭର୍ନର ପ୍ରତିଶ୍ରୁତି ଦେଇଥିବା ସୀତାରାମନ କହିଛନ୍ତି। ବ୍ୟାଙ୍କ ଉପରେ ବର୍ତ୍ତମାନ ନିୟାମକ କଟକଣା ଲାଗୁ ହୋଇଛି। ଗ୍ରାହକମାନେ ୨୫ ହଜାର ଟଙ୍କା ଉଠାଣ କରିବାକୁ ସକ୍ଷମ ହେଉଛନ୍ତି। ଗ୍ରାହକଙ୍କ ସମସ୍ୟାକୁ ବୁଝୁଛୁ ବୋଲି ସୀତାରାମନ ଟୁଇଟରେ କହିଛନ୍ତି। ମୋଟ ୯ ହଜାର କୋଟି ଟଙ୍କାର ଅଗ୍ରୀମ ମଧ୍ୟରୁ ଏଚ୍‌ଡିଆଇଲକୁ ବ୍ୟାଙ୍କ ୭୦% ଋଣ ଦେଇଛି। ଏଥିରେ ଋଣ ଠକେଇ ହୋଇଥିବାରୁ ବ୍ୟାଙ୍କର ସ୍ଥିତି ବର୍ତ୍ତମାନ ପ୍ରଭାବିତ ହୋଇଛି। ବ୍ୟାଙ୍କିଙ୍ଗ ମାମଲାରେ ରିଜର୍ଭ ବ୍ୟାଙ୍କ ନିୟାମକ ହୋଇଥିବାରୁ ଅର୍ଥ ମନ୍ତ୍ରଣାଳୟ ପ୍ରତ୍ୟକ୍ଷ ଭାବେ କିଛି କରି ପାରିବ ନାହିଁ ବୋଲି ସୀତାରାମନ କହିଥିଲେ। ବହୁ ରାଜ୍ୟରେ କାର୍ଯ୍ୟକରୁଥିବା କୋଅରେଟିଭ ବ୍ୟାଙ୍କଗୁଡିକର ଆଇନରେସଂଶୋଧନ କରାଯିବାକୁ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri