Posted inଖେଳ

ପିଏସ୍‌ଏଲ ବେଳେ କରାଯାଇଥିବା ସମସ୍ତ କୋଭିଡ୍‌-୧୯ ଟେଷ୍ଟ ନେଗେଟିଭ

କରାଚୀ,୨୦।୩- ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ)ରେ ଜଡ଼ିତ ଖେଳାଳି, ଷ୍ଟାଫ, ମ୍ୟାଚ୍‌ ଅଫିସିଆଲ, ଦଳ ମାଲିକ, ପ୍ରସାରଣକାରୀ କର୍ମକର୍ତ୍ତାଙ୍କ ସମେତ ମୋଟ ୧୨୮ ଜଣଙ୍କ କୋଭିଡ୍‌-୧୯ ଟେଷ୍ଟ କରାଯାଇଥିଲା। ସମସ୍ତ ଟେଷ୍ଟର ରିପୋର୍ଟ ନେଗେଟିଭ ଆସିଛି ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଗୁରୁବାର ଦାବି କରିଛି। ସମସ୍ତ ଟେଷ୍ଟ ଗତ ୧୭ ତାରିଖରେ କରାଯାଇଥିଲା। ମୁଲତାନ ସୁଲତାନ ଦଳର ୧୭ ଜଣ ଟେଷ୍ଟ ଦେଇଥିଲେ। ସେମାନଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଲିଗ୍‌ ଶେଷ ହେବା ପର୍ଯ୍ୟନ୍ତ ଏଠାରେ ରହିବାକୁ ନିଷ୍ପତ୍ତି ନେଇଥିବା ଖେଳାଳି, ଷ୍ଟାଫ, ପ୍ରସାରଣକାରୀ ସଂସ୍ଥାର କର୍ମକର୍ତ୍ତାଙ୍କ ଟେଷ୍ଟ କରାଯାଇଥିଲା। ରିପୋର୍ଟର ଫଳାଫଳରେ ପିସିବି ଖୁସି। ଖେଳାଳିମାନେ କୌଣସି ସ୍ବାସ୍ଥ୍ୟ ସମସ୍ୟା ବିନା ସେମାନଙ୍କ ପରିବାର ନିକଟକୁ ଫେରିଛନ୍ତି ବୋଲି ପିସିବି ମୁଖ୍ୟ କାର୍ଯ୍ୟକାରୀ ଓ୍ବାସିମ ଖାଁ କହିଛନ୍ତି। ବିଶ୍ୱରେ କରୋନା ଭାଇରସର ଆତଙ୍କ ସତ୍ତ୍ୱେ ପିଏସ୍‌ଏଲର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇସାରିଛି। କିନ୍ତୁ ଲିଗ୍‌ର ନକଆଉଟ୍‌ ପର୍ଯ୍ୟାୟକୁ ସ୍ଥଗିତ ରଖିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri